www.samajalive.in
Wednesday, November 12, 2025
19.1 C
Bhubaneswar

ପୁରୁଲିଆରେ ଜିନ୍ନତ, ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ବନ୍ଦ

ଡେସ୍କ: ଓଡ଼ିଶାର ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟର ୩ ବର୍ଷର ବାଘୁଣୀ ଜିନତଙ୍କୁ ପଶ୍ଚିମବଙ୍ଗର ପୁରୁଲିଆ ଜିଲ୍ଲାର ମନବଜାର ବ୍ଲକ୍ – ୧ର ନୋଇନାଣୀ ଗାଁର ଜଙ୍ଗଲ ନିକଟରେ ଦେଖିବାକୁ ମିଳିଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ରକୁ ବନ୍ଦ କରାଯାଇଛି। ବାଘୁଣୀକୁ ମହାରାଷ୍ଟ୍ରର ତବୋଦା ଅନ୍ଧେରୀ ବ୍ୟାଘ୍ର ଅଭୟାରଣ୍ୟରୁ ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟକୁ ସ୍ଥାନାନ୍ତର କରାଯାଇଥିଲା। ଏବେ ଜିନ୍ନତ ଶିମିଳିପାଳରୁ ଝାଡ଼ଖଣ୍ଡ ଦେଇ ପଶ୍ଚିମବଙ୍ଗକୁ ଯାତ୍ରା କରିଛି। ପଶ୍ଚିମବଙ୍ଗରେ ଏହା ପ୍ରଥମେ ଝାରଗ୍ରାମ ଜିଲ୍ଲା ଓ ପରେ ପୁରୁଲିଆରେ ପ୍ରବେଶ କରିଥିଲା। ଏହାକୁ ଧରିବା ପାଇଁ ବନ ବିଭାଗ ପକ୍ଷରୁ ସମସ୍ତ ପଦକ୍ଷେପ ନିଆଯାଇଛି। ବାଘୁଣୀଟି ୧୫ ଦିନରୁ ଅଧିକ ସମୟ ଧରି ବିଭିନ୍ନ ଅଂଚଳକୁ ଯାଉଥିବା ଜଣାପଡିଛି। ଏହି ସମୟ ମଧ୍ୟରେ ଜିନ୍ନତ ପୁରୁଲିଆ ରାଇକା ଜଙ୍ଗଲରେ ୫ଟି ଗୃହପାଳିତ ଛେଳି ମାରିଥିବା କୁହାଯାଇଛି।

Hot this week

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ସୌମ୍ୟା ସ୍ୱାମୀନାଥନ

ଭୁବନେଶ୍ୱର :  ପ୍ରଖ୍ୟାତ ବୈଜ୍ଞାନିକ ତଥା ଏମ.ଏସ. ସ୍ୱାମୀନାଥନ ଫାଉଣ୍ଡସନର ଅଧ୍ୟକ୍ଷା...

ନଓ୍ବାଦାରେ ମତଦାନ ସମୟରେ ଦୁଇ ଦଳର ସମର୍ଥକ ମୁହାଁମୁହିଁ

ନଓ୍ବାଦା: ବିହାରରେ ମଙ୍ଗଳବାର ଭୋଟିଂ ସମୟରେ ନଓ୍ବାଦା ଜିଲାରେ ବାରିସଲିଗଞ୍ଜ ଅଞ୍ଚଳରେ...

ଏଭଳି ଟଙ୍କାବଣ୍ଟା ନିର୍ବାଚନ ଜୀବନରେ ଦେଖି ନ ଥିଲି: ଶ୍ରୀକାନ୍ତ

ଭୁବନେଶ୍ୱର: ନୂଆପଡା ଉପନିର୍ବାଚନ ପାଇଁ ଭୋଟରଙ୍କୁ ପ୍ରଭାବିତ କରିବା ଲାଗି ବିଜେପି...

ଖଟିଆରେ ଆସି ମତଦାନ କଲେ ୧୧୦ ବର୍ଷୀୟା କାଲିୟା ଦେବୀ

କୈମପୁର : କୈମପୁର ଜିଲାର ମୋହନିୟା ବିଧାନସଭା କ୍ଷେତ୍ରର ଅମରପୁରାରେ ଜଣେ...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତିର ଅନୁସନ୍ଧାନ କରିବ ସିବିଆଇ

ଭୁବନେଶ୍ୱର: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତିର ତଦନ୍ତ କରିବ କେନ୍ଦ୍ରୀୟ ଅନୁସନ୍ଧାନ...

Related Articles

Popular Categories