www.samajalive.in
Saturday, December 6, 2025
19.1 C
Bhubaneswar

ତୀରଥ ସିଂହ ରାୱତ ଉତ୍ତରାଖଣ୍ଡ ବିଜେପି ବିଧାୟକ ଦଳର ନେତା ନିର୍ବାଚିତ, ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ

ତ୍ରିବେନ୍ଦ୍ର ସିଂ ରାୱତ ଗତକାଲି ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାର ଗୋଟିଏ ଦିନ ପରେ ଆଜି ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପାଇଁ ଗରୱାଲରୁ ଲୋକସଭା ସାଂସଦ ଥିବା ତୀରଥ ସିଂ ରାୱତ ରାଜ୍ୟ ବିଜେପି ବିଧାୟକ ଦଳର ନେତା ନିର୍ବାଚିତ ହୋଇଛନ୍ତି। ଆଜି ଅପରାହ୍ନ ୪ଟାରେ ସେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ।

ଆଜି ଅନୁଷ୍ଠିତ ବିଜେପି ବିଧାୟକ ଦଳ ବୈଠକ ପରେ ତ୍ରିବେନ୍ଦ୍ର ସିଂ ରାୱତ ଘୋଷଣା କରି କହିଛନ୍ତି ଯେ ତୀରଥ ସିଂ ରାୱତ ଉତ୍ତରପ୍ରଦେଶର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବେ। ସୂଚନା ଅନୁଯାୟୀ, ଉତ୍ତରାଖଣ୍ଡ ଦାୟିତ୍ୱରେ ଥିବା ବିଜେପି ସାଧାରଣ ସଂପାଦକ ଦୁଷ୍ୟନ୍ତ କୁମାର ଗୌତମ ଏବଂ ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଡଃ ରମଣ ସିଂ ରାଜ୍ୟ ବିଜେପିରେ ବିଦ୍ରୋହ ସଂକ୍ରାନ୍ତ ରିପୋର୍ଟ କେନ୍ଦ୍ରୀୟ ନେତୃତ୍ୱକୁ ଦେବା ପରେ ତ୍ରିବେନ୍ଦ୍ର ସିଂ ରାୱତଙ୍କୁ ଇସ୍ତଫା ଦେବାକୁ କୁହାଯାଇଥିଲା।

- Advertisement -

ଗତକାଲି ଶ୍ରୀ ରାୱତ ରାଜ୍ୟପାଳ ବେବି ରାଣୀ ମୌର୍ଯ୍ୟଙ୍କୁ ଭେଟି ଇସ୍ତଫା ପତ୍ର ପ୍ରଦାନ କରିଥିଲେ। ୭୦ ସଦସ୍ୟ ବିଶିଷ୍ଟ ଉତ୍ତରାଖଣ୍ଡ ବିଧାନସଭାରେ ୨୦୧୭ ନିର୍ବାଚନରେ ​​ବିଜେପି ୫୭ଟି ଆସନ ଓ କଂଗ୍ରେସ ମାତ୍ର ୧୧ଟି ଆସନ ଜିତିଥିଲା।

Hot this week

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

Related Articles

Popular Categories