www.samajalive.in
Monday, December 8, 2025
13.1 C
Bhubaneswar

ସ୍ଥଳଭାଗର ନିକଟତର ହେଲା ବାତ୍ୟା ତିତ୍‌ଲି, ୩ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଗଲା

ଭୁବନେଶ୍ୱର /କଟକ .- ଭୀଷଣ ସାମୁଦ୍ରିକ ବାତ୍ୟା ତିତଲି ଏବେ ସ୍ଥଳଭାଗର ନିକଟତର ହୋଇଛି  ଗୋପାଳ ପୁରଠାରୁ ଏହା  ବୁଧବାର ରାତି  ସୁଦ୍ଧା ୧୬୦ କିଲୋମିଟର ରହିଥିଲା । ରାତି ଦଶଟା ତିରିଶ ସମୟରେ ଗୋପାଳପୁର ସମୁଦ୍ରକୂଳରେ ପବନର ବେଗ ୧୦୦ କିଲୋମିଟରରେ ପହଞ୍ଚିଛି । ଗୁରୁବାର ଭୋର୍‌ ୫ଟା୩୦ ସୁଦ୍ଧା ଏହା ସ୍ଥଳ ଭାଗକୁ ସ୍ପର୍ଶ କରିପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ବାତ୍ୟା ତିତଲି ସମୁଦ୍ର ମଧ୍ୟରେ ଘଣ୍ଟାକୁ ୧୮ କିଲୋମିଟର ବେଗରେ ଆଗକୁ ବଢୁଛି । ଏହାର ପ୍ରଭାବରେ ୧୪୫ରୁ ୧୬୫ କିଲୋମିଟର ବେଗରେ ପବନ ବହିପାରେ ବୋଲି ଆଶଙ୍କା କରାଯାଉଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସନ୍ଧ୍ୟା ସମୟରେ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ବାତ୍ୟା ମୁକାବିଲା ପାଇଁ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପର ସମୀକ୍ଷା କରିଥିଲେ । ବାତ୍ୟାକୁ ଦୃଷ୍ଟିରେ ରଖି ସମୁଦ୍ରକୂଳ ଅଞ୍ଚଳରୁ ପ୍ରାୟ ୩ ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି । ଏଥିରେ କେହିଁ ମୃତାହତ ନ ହୁଅନ୍ତୁ ସେଥିପାଇଁ ବିଶେଷ ଦୃଷ୍ଟି ଦିଆଯାଉଥିବା ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି ।

Hot this week

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

Related Articles

Popular Categories