www.samajalive.in
Saturday, December 6, 2025
26.1 C
Bhubaneswar

ନବୀନ ନିବାସରେ ଜିଲ୍ଲା ସଂଗ୍ରାମୀ

ଟିଟିଲାଗଡ଼ : ଟିଟିଲାଗଡ଼ ଜିଲ୍ଲା ଦାବି ଆନ୍ଦୋଳନ ତାତି ରାଜଧାନୀରେ ନବୀନ ନିବାସକୁ ପହଁଚିଛି । ଜିଲ୍ଲା କ୍ରିୟାନୁଷ୍ଠାନ କମିଟି ଆବାହକ କୃଷ୍ଣଚନ୍ଦ୍ର ସାହୁଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳୀ ମଧ୍ୟାହ୍ନ ୧୨ଟାରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ଏବଂ ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କୁ ସାକ୍ଷାତ କରିଛନ୍ତି। ଦୀର୍ଘ ୩୧ ବର୍ଷ ଧରି ଟିଟିଲାଗଡ଼ ଜିଲ୍ଲା ଦାବି ନେଇ ମୁଖ୍ୟମନ୍ତ୍ରୀ ବାରମ୍ବାର ପ୍ରତିଶ୍ରୁତି ଦେଇ ଆସିଛନ୍ତି । ଏଥର ଜିଲ୍ଲା ଘୋଷଣା କରନ୍ତୁ ବୋଲି ସଂଗ୍ରାମୀ ମୁଖ୍ୟମନ୍ତ୍ରୀଙ୍କ ଠାରେ ଦାବି ଉପସ୍ଥାପନ କରିଥିଲେ। ତେବେ ଏନେଇ କୌଣସି  ନିର୍ଦ୍ଦିଷ୍ଟ ପ୍ରତିଶ୍ରୁତି ମିଳି ନଥିବା ଜଣାଯାଇଛି । ଅନ୍ୟପକ୍ଷରେ ଉଚ୍ଚ ନ୍ୟାୟାଳୟରେ ଜିଲ୍ଲା ମାମଲା ଲଟକି ରହିଥିବା ନେଇ ଟିଟିଲାଗଡ଼ କ୍ରିୟାନୁଷ୍ଠାନ କମିଟି ମାମଲାରେ ପକ୍ଷଭୁକ୍ତ ହେବ ବୋଲି ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ ପରେ କ୍ରିୟାନୁଷ୍ଠାନ କମିଟି ଆବାହକ ଶ୍ରୀ ସାହୁ ଗଣମାଧ୍ୟମକୁ କହିଛନ୍ତି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories