www.samajalive.in
Saturday, December 6, 2025
23.1 C
Bhubaneswar

କୋଶଳ ରାଜ୍ୟ ଦାବିରେ ଟିଟିଲାଗଡ଼ ବନ୍ଦ

ଟିଟିଲାଗଡ଼ : ସ୍ୱତନ୍ତ୍ର କୋଶଳ ରାଜ୍ୟ ଦାବି ନେଇ କୋଶଳ ରାଏଜ ମୁକ୍ତି ମୋର୍ଚା ପକ୍ଷରୁ ଡାକରା କ୍ରମେ ଟିଟିଲାଗଡ଼ ସହର ସମୂର୍ଣ୍ଣ ଠପ ହୋଇପଡିଛି । ବନ୍ଦ ନେଇ ଗତକାଲି ଠାରୁ କୋଶଳ ସମର୍ଥକ ସହରରେ ଡାକବାଜି ଯନ୍ତ୍ର ଯୋଗେ ପ୍ରଚାର ପ୍ରସାର ସହ ବିଭିନ୍ନ ଅନୁଷ୍ଠାନକୁ ସହଯୋଗ ପାଇଁ ନିବେଦନ କରିଥିଲେ। ଏହି ପରିପ୍ରେକ୍ଷୀରେ ଆଜି ସହରର ସମସ୍ତ ଦୋକାନ ବଜାର,
ଶିକ୍ଷ।ନୁଷ୍ଠାନ, କୋର୍ଟ, ବ୍ୟାଙ୍କ ପ୍ରତିଷ୍ଠାନ, ସରକାରୀ, ବେସରକାରୀ କାର୍ଯ୍ୟାଳୟ ଗୁଡିକ ବନ୍ଦ ରହିଛି । ସହରରେ କେବଳ ଦୁଇ ଚକିଆ ଯାନ ବ୍ୟତୀତ ସମସ୍ତ ପ୍ରକାର ଯାନବାହାନ ଚଳାଚଳ ବନ୍ଦ ରହିଛି । ଶତାଧିକ କୋଶଳ ସପକ୍ଷବାଦୀ, ବିଭିନ୍ନ ଅନୁଷ୍ଠାନ କର୍ମକର୍ତ୍ତା ଆନ୍ଦୋଳନକୁ ସମର୍ଥନ ଜଣାଇ ରାସ୍ତାକୁ ଓହ୍ଲାଇଛନ୍ତି । ବନ୍ଦ ନେଇ  ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଇଆଇସି ରଞ୍ଜନ ବରିହାଙ୍କ ନେତୃତ୍ୱରେ ବ୍ୟାପକ ପୁଲିସ ମୁତୟନ ଥିବା ଦେଖାଯାଇଛି ।

Hot this week

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

Related Articles

Popular Categories