www.samajalive.in
Friday, December 5, 2025
20.1 C
Bhubaneswar

ଦୁଇ ବାଇକ ମୁହାଁମୁହିଁ ଧକ୍କା ; ୧ ମୃତ , ୩ ଗୁରୁତର 

ଟିଟିଲାଗଡ଼ : ରବିବାର ଅପରାହ୍ନ ସମୟରେ ଟିଟିଲାଗଡ଼ ଥାନା ଅନ୍ତର୍ଗତ ସିରୋଲ ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କାରେ ଜଣେ ବାଇକ ଆରୋହୀ ମୃତ୍ୟୁବରଣ କରିଥିବା ବେଳେ ତିନି ଜଣ ଗୁରୁତର ଆହତ ହୋଇଛନ୍ତି । ଦୁର୍ଘଟଣାରେ  ଚଲକି ଗାଁ ମୋହନ ମାଝୀ ପିତା ବର୍ମନ ମାଝୀଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ମୃତ ମୋହନଙ୍କ ସହ ଥିବା ନେପାଳ ମାଝୀ ଏବଂ ଅନ୍ୟ ଏକ ବାଇକରେ ଥିବା ଦୁଇ ଜଣ ବାଇକ ଆରୋହୀ ମଧ୍ୟ ଗୁରୁତର ଆହତ ହୋଇଛନ୍ତି । ତିନି ଜଣ ଆହତଙ୍କୁ ଟିଟିଲାଗଡ଼ ଉପଖଣ୍ଡ ମୁଖ୍ୟ ସରକାରୀ ଡାକ୍ତରଖାନାରେ ଭର୍ତି କରାଯାଇଥିଲା । ହେଲେ ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ ଡାକ୍ତର ବଲାଙ୍ଗୀର ଭୀମ ଭୋଇ ମେଡିକାଲକୁ ସ୍ଥାନାନ୍ତର କରିଛନ୍ତି । ଏହି ଘଟଣାରେ ଟିଟିଲାଗଡ଼ ପୁଲିସ ମୃତଦେହ ଜବତ କରିବା ସହ ଅଧିକ ତଦନ୍ତ ଜାରି ରଖିଛନ୍ତି ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories