www.samajalive.in
Saturday, December 6, 2025
26.1 C
Bhubaneswar

ଟିଟଲାଗଡରେ ଉପଖଣ୍ଡ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

ଟିଟିଲାଗଡ଼ : ଟିଟଲାଗଡ ଜିଲ୍ଲାରେ ଥିବା ସ୍ଥାନୀୟ ବାଳକ ହାଇସ୍କୁଲ ଖେଳ ପଡିଆ ଠାରେ ଉପଖଣ୍ଡ ସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ  ଟିଟିଲାଗଡ଼ ଉପଜିଲାପାଳ ରେହାନ ଖତ୍ରୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଜାତୀୟ ପତକା ଉତ୍ତୋଳନ ସହ ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ପରସ୍ପର ମଧ୍ୟରେ ସୌହାର୍ଦ୍ଦ୍ୟ ରକ୍ଷା ତଥା ସମ୍ବିଧାନ ପ୍ରଦତ୍ତ ଅଧିକାର ସମେତ କର୍ତ୍ତବ୍ୟବୋଧ ପ୍ରତି ସମସ୍ତ ନାଗରିକ ସଚେତନ ହେବାକୁ ଆହ୍ୱାନ ଦେଇଥିଲେ । ସାଧାରଣତନ୍ତ୍ର ଦିବସ ଅବସରରେ ଉପଖଣ୍ଡ ସ୍ତରରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ କୃତି ଛାତ୍ରଛାତ୍ରୀଙ୍କୁ ମୁଖ୍ୟଅତିଥି ପୁରସ୍କୃତ କରିଥିଲେ। ପୌର ନିର୍ବାହୀ ଅଧିକାରୀ ସନ୍ଦୀପ ଚନ୍ଦ୍ରକାର, ଆଇଆଇସି ବିଶ୍ୱଜିତ ମନବୋଧ, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରାଜେନ୍ଦ୍ର ମାଝୀ, ଧୁବଲେଶ୍ୱର ଦଳବେହେରା, ପ୍ରଶାନ୍ତ ବେହେରା, ଚିନ୍ତାମଣୀ ମହାପାତ୍ର, ପ୍ରମୋଦ ପାଲ, ଦୀପକ ସମ୍ମାଦାର, ଅଜୟ ବର୍ମା, ସଚିନ ରଣା ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Hot this week

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories