www.samajalive.in
Sunday, December 7, 2025
14.1 C
Bhubaneswar

ନିୟମିତ ଦାବିରେ ଜନସ୍ୱାସ୍ଥ୍ୟ ବିଭାଗ କର୍ମଚାରୀଙ୍କ ଆନ୍ଦୋଳନ ଚେତାବନୀ

ଟିଟିଲାଗଡ଼: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ୫୭ ହଜାର କର୍ମଚାରୀଙ୍କୁ ସ୍ଥାୟୀ ଘୋଷଣା କରାଗଲା। ହେଲେ ଦୀର୍ଘ ୨୭ ବର୍ଷ ଧରି ଜଳଯୋଗାଣ ଭଳି ଜରୁରୀ କାର୍ଯ୍ୟରେ ନିୟୋଜିତ କର୍ମଚାରୀଙ୍କୁ ସରକାର ସ୍ଥାୟୀ ନକରିବା ନେଇ ଅସନ୍ତୋଷ ସୃଷ୍ଟି ହୋଇଛି। ଏନେଇ ସୋମବାର ଟିଟିଲାଗଡ଼ ଜନସ୍ୱାସ୍ଥ୍ୟ ବିଭାଗରେ କାର୍ଯ୍ୟରତ କର୍ମଚାରୀ ଉପଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନଙ୍କୁ ଦାବି ପତ୍ର ପ୍ରଦାନ କରିଛନ୍ତି। ଟିଟିଲାଗଡ଼ର ୫୦ ଡିଗ୍ରୀ ଖରାରେ ଦିନକୁ ପ୍ରାୟ ୧୮ ଘଣ୍ଟା ପରିଶ୍ରମ କରି ବଳ ଭାଙ୍ଗିଗଲାଣି। ଅନ୍ୟପଟରେ ଭବିଷ୍ୟତ ଅନ୍ଧକାର ହୋଇ ପଡିଛି। କିନ୍ତୁ ସରକାର ଏହି ବିଷୟରେ କୌଣସି ବିଚାର କରୁନାହାନ୍ତି। ଆସନ୍ତା ୭ ଦିନ ମଧ୍ୟରେ ଏନେଇ ଯଥୋଚିତ ବିଚାର କରା ନଗଲେ କର୍ମଚାରୀ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ ସହ ଟିଟିଲାଗଡ଼ ପୌରାଞ୍ଚଳରେ ଜଳଯୋଗାଣ କାର୍ଯ୍ୟରୁ ବିରତ ରହିବେ ବୋଲି ଚେତାବନୀ ଦେଇଛନ୍ତି।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories