www.samajalive.in
Sunday, December 7, 2025
26.1 C
Bhubaneswar

କରୋନାରେ ସଂକ୍ରମିତ ଟିଏମସି ବିଧାୟକଙ୍କ ମୃତ୍ୟୁ

କଲକାତା: ମହାମାରୀ କରୋନା ଭୂତାଣୁରେ ସଂକ୍ରମିତ ହୋଇଥିବା ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ(ଟିଏମସି) ବିଧାୟକ ତମୋନାଶ ଘୋଷଙ୍କ ମୃତ୍ୟୁ ଘଟିଛି। କଲକାତାର ଏକ ହସ୍ପିଟାଲରେ ବୁଧବାର ସେ ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି। ତାଙ୍କୁ ୬୦ ବର୍ଷ ହୋଇଥିଲା। ଗତ ୩୫ ବର୍ଷ ଧରି ସେ ଦଳ ସହିତ ଜଡ଼ିତ ଥିଲେ। ତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗଭୀର ଶୋକବ୍ୟକ୍ତ କରିଛନ୍ତି।

ତମୋନାଶ ଦକ୍ଷିଣ ୨୪ ପ୍ରଗଣା ଜିଲାର ଫଲ୍‌ଟା ବିଧାନସଭା ଆସନରୁ ସେ ୩ ଥର ନିର୍ବାଚିତ ହୋଇଥିଲେ। କିଛିଦିନ ତଳେ ସେ କରୋନା​‌ ଭୂତାଣୁରେ ସଂକ୍ରମିତ ହୋଇଥିବା ଜଣାପଡ଼ିଥିଲା। ସେ କିଡ୍‌ନୀ ଏବଂ ହୃଦରୋଗରେ ଆକ୍ରାନ୍ତ ଥିଲେ।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories