www.samajalive.in
Saturday, December 13, 2025
23.1 C
Bhubaneswar

କରୋନାରେ ଟିଏମସି ବିଧାୟକ ମୃତ

କଲକତା : ସାରାବିଶ୍ବରେ ଏବେ ଆତଙ୍କ ମଚାଉଛି ମହାମାରୀ କରୋନା । ଆକ୍ରାନ୍ତଙ୍କ ହାର ବଢିବା ସହ ମୃତ୍ୟୁ ହାର ମଧ୍ୟ ବଢିବାରେ ଲାଗିଛି । ଏପଟେ ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ ବିଧାୟକ ସମରେଶ ଦାସଙ୍କ କୋରୋନାରେ ମୃତ୍ୟୁ ଘଟିଛି । ସେ କଲକାତାର ଏକ ଘରୋଇ ଡାକ୍ତରଖାନାରେ ମୃତ୍ୟୁ ବରଣ କରିଥିବା ସୂଚନା ମିଳିଛି ।

୧୮ ଜୁଲାଇରେ ପ୍ରଥମେ ତାଙ୍କୁ ପନସ୍କୁରାର ବରୋମା କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସ୍ୱାସ୍ଥ୍ୟବସ୍ଥା ଖରାପ ହେବାରୁ ତାଙ୍କୁ ଜୁଲାଇ ୨୪ ରେ କଲକାତାର ଏକ ଘରୋଇ ଡାକ୍ତରଖାନାକୁ ନିଆଯାଇଥିଲା । କିନ୍ତୁ ଆଜି ସକାଳ ପ୍ରାୟ ୪.୧୫ ରେ ତାଙ୍କର ମୃତ୍ୟୁ ଘଟିଛି। ଇଗ୍ରା ବିଧାନସଭା ନିର୍ବାଚନମଣ୍ଡଳୀରୁ ସାମରେଶ ଦାସ ଲଗାତାର ୫ ଥର ଜିତିଥିଲେ। ପ୍ରଥମେ ସେ ଜଣେ ବାମପନ୍ଥୀ ବିଧାୟକ ଥିଲେ। ପରେ ତୃଣମୂଳ ସ୍ତରରେ ଯୋଗ ଦେଇଥିଲେ ।

Hot this week

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

ଭୟଙ୍କର ସଡ଼କ ଦୁର୍ଘଟଣା, ଟ୍ରକ୍ ଏବଂ ଅଟୋ ଧକ୍କାରେ ୩ ମୃତ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ଉନ୍ନାଓରେ ଏକ ଭୟଙ୍କର ସଡ଼କ...

ନୋବେଲ ବିଜେତା କାହିଁକି ବାରମ୍ବାର ହେଉଛନ୍ତି ଗିରଫ ? ପୂର୍ବରୁ ହୋଇସାରିଛନ୍ତି ୧୩ଥର

ନୂଆଦିଲ୍ଲୀ: ନୋବେଲ ପୁରସ୍କାର ବିଜେତା ନର୍ଗିସ୍ ମହମ୍ମଦୀ ଏବେ ଚର୍ଚ୍ଚାରେ ରହିଛନ୍ତି।...

Related Articles

Popular Categories