www.samajalive.in
Sunday, December 7, 2025
18.1 C
Bhubaneswar

ଶୀତ ଅଧିବେଶନ ଆରମ୍ଭ: ଦିବଂଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ, ସମର୍ଥନ କଲେ ବିରୋଧୀ ଦଳ ନେତା

ଭୁବନେଶ୍ବର : ଆଜିଠାରୁ ବିଧାନସଭା ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି। ଗୃହକାର୍ଯ୍ୟ ଆରମ୍ଭରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଶୋକ ପ୍ରସ୍ତାବ ଆଗତ କରିଛନ୍ତି। ଦିବଂଗତ ନେତା ଓ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଛି। ପୂର୍ବତନ ମନ୍ତ୍ରୀ ସମୀର ଦେ , ପୂର୍ବତନ ବିଧାୟକ ଧନେଶ୍ଵର ମାଝୀ , ମକରଧ୍ବଜ ପ୍ରଧାନ , ପୂର୍ବତନ ବିଧାୟକ ନୀରଞ୍ଜନ ପ୍ରଧାନ , ଉତ୍କଳ କେଶରୀ ପରିଡା, ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ମାଝୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦିଆଯାଇଛି। ସେପଟେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରସ୍ତାବକୁ ସହମତି ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଦିବଂଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ବ୍ୟକ୍ତ କରିଛନ୍ତି ନବୀନ। କଂଗ୍ରେସ ବିଧାୟକ ଦଳ ନେତା ମଧ୍ୟ ଶୋକ ପ୍ରସ୍ତାବକୁ ସମର୍ଥନ ଜଣାଇଛନ୍ତି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories