www.samajalive.in
Monday, December 8, 2025
20.1 C
Bhubaneswar

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଆଜି ଜନ୍ମଦିନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଆଜି ଜନ୍ମ ଦିନ । ମୁଖ୍ୟମନ୍ତ୍ରୀ ଅକ୍ଟୋବର ୧୬ ତାରିଖରେ ୭୫ ବର୍ଷରେ ପଦାର୍ପଣ କରିଛନ୍ତି । ତେବେ କୋଭିଡ-୧୯ ମହାମାରୀ କାରଣରୁ ମୁଖ୍ୟମନ୍ତ୍ରୀ ତାଙ୍କ ଜନ୍ମଦିନ ପାଳନ ନକରିବାକୁ ନିଷ୍ପତ୍ତି ନେଇଥିଲେ । ଏହି ଅବସରରେ ତାଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ, କେନ୍ଦ୍ରର ଏକାଧିକ ମନ୍ତ୍ରୀ, ରାଜ୍ୟ ମନ୍ତ୍ରିମଣ୍ଡଳର ସଦସ୍ୟ ବୃନ୍ଦ, ବିଧାୟକଗଣ, ସାଂସଦ ଏବଂ ଦଳମତ ନିର୍ବିଶେଷରେ ଅନେକ ବ୍ୟକ୍ତିବିଶେଷ ଶୁଭେଚ୍ଛା ଜଣାଇବା ସହିତ ତାଙ୍କର ଦୀର୍ଘ ନିରୋଗ ଜୀବନ କାମନା କରିଛନ୍ତି । ସୂଚନାଯୋଗ୍ୟ ଯେ କ୍ରମାଗତ ତୃତୀୟ ବର୍ଷ ପାଇଁ ନବୀନ ପଟ୍ଟନାୟକ ତାଙ୍କର ଜନ୍ମଦିନ ପାଳନ ନକରିବାକୁ ନିଷ୍ପତ୍ତି ନେଇଛନ୍ତି । ତାଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ନଆସିବାକୁ ପୂର୍ବରୁ ସେ ସମସ୍ତଙ୍କୁ ନିବେଦନ କରିଥିଲେ ।
ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ୍‍ କରି କହିଛନ୍ତି ଯେ, ଭଗବାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦୀର୍ଘାୟୁ କରନ୍ତୁ । କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ ଅନ୍ୟମାନେ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେହିଭଳି ତ୍ରିପୁରା, ନାଗାଲାଣ୍ଡ ଏବଂ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମଧ୍ୟ ନବୀନଙ୍କୁ ଜନ୍ମଦିନର ଶୁଭକାମନା ଜଣାଇଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାବାସୀ ତାଙ୍କୁ ଯେଉଁଭଳି ଭଲପାଇବା ଦେଇଛନ୍ତି ଏବଂ ତାଙ୍କର ଶୁଭ କାମନା କରୁଛନ୍ତି, ସେଥିପାଇଁ ସେମାନଙ୍କ ନିକଟରେ ସେ ଚିର କୃତଜ୍ଞ । ତାଙ୍କ ଜନ୍ମଦିନରେ ତାଙ୍କ ସମର୍ଥକ ଏବଂ ଦଳୀୟ କର୍ମୀମାନେ ଅସହାୟ ଲୋକଙ୍କୁ ସହାୟତା କରିବା ଏବଂ ରକ୍ତ ଓ ପ୍ଲାଜମା ଦାନ କରିବାକୁ ନିବେଦନ କରିଛନ୍ତି । ସୂଚନାଯୋଗ୍ୟ ଯେ ଗତବର୍ଷ ଫନି ବାତ୍ୟା ଏବଂ ୨୦୧୮ରେ ବାତ୍ୟା ତିତଲି କାରଣରୁ ମୁଖ୍ୟମନ୍ତ୍ରୀ ତାଙ୍କ ଜନ୍ମଦିନ ପାଳନ କରିନଥିଲେ । ୨୦୧୬ରେ ମଧ୍ୟ ଉରିରେ ଆତଙ୍କି ଆକ୍ରମଣରେ ଭାରତୀୟ ଯବାନ ମୃତାହତ ହେବାପରେ ସେମାନଙ୍କ ପ୍ରତି ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ନିଜ ଜନ୍ମଦିନ ପାଳନ କରିନଥିଲେ । ସୂଚନାଯୋଗ୍ୟ ଯେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଦେହାନ୍ତ ପରେ ୧୯୯୭ରେ ନବୀନ ପଟ୍ଟନାୟକ ରାଜନୀତିରେ ଯୋଗ ଦେଇଥିଲେ । ୨୦୦୦ରେ ସେ ମୁଖ୍ୟମନ୍ତ୍ରୀ ପଦ ଅଳଙ୍କୃତ କରିବା ପରେ ସେବେଠାରୁ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବରେ ରାଜ୍ୟର ଶାସନ ଭାର ଗ୍ରହଣ କରିଛନ୍ତି ।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories