www.samajalive.in
Friday, December 5, 2025
17.1 C
Bhubaneswar

ଆହୁରି ୪ ଦିନ ତାତି: ୬ରୁ ଆଶ୍ଵସ୍ତି ଦେବ କାଳବୈଶାଖୀ ବର୍ଷା

ଭୁବନେଶ୍ବର : ପ୍ରଚଣ୍ଡ ରୌଦ୍ରତାପରେ ରାଜ୍ୟବାସୀ ଛଟପଟ ହେଉଥିବାବେଳେ ବୁଧବାର ଅପରାହ୍ଣରେ ବାଲେଶ୍ବର, ଚାନ୍ଦବାଲି, କଟକ, ଭୁବନେଶ୍ବର, ବାରିପଦା, ଭଦ୍ରକ, ଖୋର୍ଦ୍ଧା ଏବଂ ନୟାଗଡ ଜିଲାରେ କାଳବୈଶାଖୀ ପ୍ରଭାବରେ ଝଡବର୍ଷା ଯୋଗୁଁ ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିଥିଲା। ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଗ୍ରୀଷ୍ମପ୍ରବାହ ଜାରି ରହିବ। ୬ତାରିଖରୁ କାଳବୈଶାଖୀ ଜନିତ ବର୍ଷା ପବନ ଯୋଗୁଁ ଗ୍ରୀଷ୍ମପ୍ରବାହରୁ ଆଶ୍ବସ୍ତି ମିଳିବା ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ ଅନୁଭୂତ ହେଉଥିବା ବେଳେ ଗୁରୁବାର କିଛି ଅଞ୍ଚଳରେ ତାତି କମିଛି। ଅପରପକ୍ଷେ ପଶ୍ଚିମ ଓଡ଼ିଶାର ଅଧିକାଂଶ ସହରରେ ସର୍ବାଧିକ ତାପମାତ୍ରା ୪୦ଡିଗ୍ରୀ ଅତିକ୍ରମ କରିଛି। ବଲାଙ୍ଗିରରେ ସର୍ବାଧିକ ତାପମାତ୍ରା ରାଜ୍ୟର ସବୁଠୁ ଅଧିକ ୪୫ଡିଗ୍ରୀ ରେକର୍ଡ଼ ହୋଇଛି। କଟକ-ଭୁବନେଶ୍ୱର ଦିନ ତାପମାତ୍ରା ୪୦ଡିଗ୍ରୀ ତଳକୁ ଖସିଛି। ଦୀର୍ଘ ୧୭ଦିନର ଅବଧି ପରେ ରାଜଧାନୀରେ ୪୦ଡିଗ୍ରୀ ତଳକୁ ଖସିଛି ତାପମାତ୍ରା। ୨୯ ସହରରେ ଦିନ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରହିଛି।
ଆଗାମୀ ୩ଦିନ ଯାଏଁ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ। ପରବର୍ତ୍ତୀ ସମୟରେ ଦିନ ତାପମାତ୍ରାରେ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ। ଆଗାମୀ ୨ଦିନ ପରେ ଉପକୂଳ ଓଡ଼ିଶାରୁ ଗ୍ରୀଷ୍ମପ୍ରବାହ କମିବ। ଆଜି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ଅନୁଗୋଳ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର ଏବଂ ନୂଆପଡା ଜିଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବରଗଡ ଏବଂ ବାଲେଶ୍ବରକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଉଷ୍ଣ-ଆର୍ଦ୍ର ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, ନୟାଗଡ ଏବଂ ଗଞ୍ଜାମକୁ ସତର୍କ ସୂଚନା ଜାରି କରାଯାଇ ଥିବାବେଳେ ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ ଏବଂ କନ୍ଧମାଳକୁ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। କାଳବୈଶାଖୀ ପ୍ରଭାବରେ ଘଣ୍ଟା ପ୍ରତି ୩୦ରୁ ୪୦କି.ମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଉପକୂଳ ଓ ଆଭ୍ୟନ୍ତରୀଣରେ ମେ’ ୬ରୁ ୧୦ମଧ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି। ମେ’ ୬ରୁ ୧୦ ମଧ୍ୟରେ ବିସ୍ତୃତ ବର୍ଷା ସମ୍ଭାବନା ଥିବାରୁ ତାପମାତ୍ରା ସ୍ବାଭାବିକ ରହିବ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories