www.samajalive.in
Saturday, December 6, 2025
15.1 C
Bhubaneswar

ସାଢେ ୧୧ରୁ ୩୬ ଟପିଲା ସମ୍ବଲପୁର

ଭୁବନେଶ୍ଵର: ଜଳୁଛି ସାରା ଓଡିଶା। ଦିନକୁ ଦିନ ତାପମାତ୍ରା ବଢିବାରେ ଲାଗିଛି। ପଶ୍ଚିମରୁ ଉପକୂଳ, ଉତ୍ତରରୁ ଦକ୍ଷିଣ ରାଜ୍ୟର ଅଧିକାଂଶ ଅଞ୍ଚଳ ଡହଡହ ଖରାରେ ସିଝୁଛି। ଆଜି ସାଢେ ୧୧ରୁ ୩୬ ଡିଗ୍ରୀ ଟପିଲାଣି ସମ୍ବଲପୁର। ସମ୍ବଲପୁରରେ ତାପମାତ୍ରା ୩୬.୮, ହୀରାକୁଦ ୩୬, ଝାରସୁଗୁଡା ୩୫.୪ ଏବଂ ରାଉରକେଲାରେ ୩୩.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ୩ ଦିନ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ଏହାପରେ ୩-୫ ଡିଗ୍ରୀ ତାପମାତ୍ରା ହ୍ରାସ ପାଇବ। ଆଜି ଝାରସୁଗୁଡ଼ା ଓ ବୌଦ୍ଧ ଜିଲାରେ ହିଟ୍ ୱେଭ୍ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ବଲାଙ୍ଗୀର, ସୁନ୍ଦରଗଡ଼, ଅନୁଗୋଳ ଏବଂ କଳାହାଣ୍ଡି ଜିଲାକୁ ହିଟ୍‌ ୱେଭ୍ ଓ କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାକୁ କାଳବୈଶାଖୀ ନେଇ ୟେଲୋ ୱାର୍ଣ୍ଣିଂ ରହିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories