www.samajalive.in
Saturday, December 6, 2025
26.1 C
Bhubaneswar

ସାରା ରାଜ୍ୟରେ ନିଆଁ ବର୍ଷା

ଭୁବନେଶ୍ବର : ଉପକୂଳଠୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ ସବୁଠି ନିଆଁ ବର୍ଷା। ଗୁଳୁଗୁଳି ଓ ଝାଞ୍ଜିରେ ଆଉଟୁପାଉଟ ଜନଜୀବନ। ଆସନ୍ତା ୨୦ ତାରିଖ ଯାଏଁ ରାଜ୍ୟରେ ଏପରି ଭୀଷଣ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ସୋମବାର ୧୮ଟି ସ୍ଥାନରେ ପାରଦ ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରହିଛି। ୪୧.୪ ଡିଗ୍ରୀ ସହ ବାରିପଦା ସବୁଠୁ ଉତ୍ତପ୍ତ ସହର ପାଲଟି ଥିବାବେଳେ ଭୁବନେଶ୍ବର, ନୂଆପଡ଼ା ଓ ଚାନ୍ଦବାଲିରେ ପାରଦ ୪୧.୨ ଡିଗ୍ରୀ ଲେଖାଏଁ ରହିଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁଯାୟୀ, ରାଜ୍ୟକୁ ପଶ୍ଚିମ ତଥା ଉତ୍ତରପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବେଶ କରୁଛି ତଥା ସୂର୍ଯ୍ୟ କିରଣର ତୀବ୍ରତା ବୃଦ୍ଧି ପାଉଥିବାରୁ ଆଗାମୀ ୪ ରୁ ୫ ଦିନ ମଧ୍ୟରେ ରାଜ୍ୟରେ ଅନେକ ସ୍ଥାନରେ ଦିନ ତାପମାତ୍ରା ୪ ରୁ ୬ ଡିଗ୍ରୀ ଯାଇଁ ବୃଦ୍ଧି ହେବାର ସମ୍ଭାବନା ରହିଛି। ୧୭ ରୁ ୨୦ ତାରିଖ ମଧ୍ୟରେ କିଛି ଜିଲାରେ ୪୩ ରୁ ୪୫ ଡିଗ୍ରୀ ଯାଏଁ ତାପମାତ୍ରା ରେକର୍ଡ ହେବାର ସମ୍ଭାବନା ରହିଛି। ୨୧ ଓ ୨୨ରେ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ସୋମବାର ଅପରାହ୍ଣ ସାଢ଼େ ୨ଟା ସୁଦ୍ଧା ଭୁବନେଶ୍ୱରର ତାପମାତ୍ରା ୪୧.୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବାବେଳେ ଚାନ୍ଦବାଲିରେ ୪୧.୧, ଝାରସୁଗୁଡାରେ ୪୧ ଓ ବାଲେଶ୍ୱର ୪୦ ଡିଗ୍ରୀ ରେକର୍ଡ ହୋଇଥିଲା। ଏପରିକି ଦିନ ୧୧ଟା ୩୦ ସୁଦ୍ଧା ବାଲେଶ୍ୱର ଓ ଭୁବନେଶ୍ୱରର ତାପମାତ୍ରା ୩୯ ଡିଗ୍ରୀ ଅତିକ୍ରମ କରିଯାଇଥିଲା। ଆଜି(ମଙ୍ଗଳବାର) କେତେକ ଜିଲାକୁ ଗ୍ରୀଷ୍ମ ପ୍ରବାହ ନେଇ ହଳଦିଆ ସତର୍କତା ଏବଂ ଗ୍ରୀଷ୍ମ ଓ ଆର୍ଦ୍ର ପାଗ ନେଇ ପୁରୀ, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁର ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ରହିଛି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories