ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ: ଶନିବାର ରାଶିଫଳ

ମେଷ:ପରମ ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ।
ବୃଷ: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ରଣ କ୍ଷେତ୍ରରେ ପାରଙ୍ଗମ ହେବେ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ଧନସମ୍ପଦ ଭରପୂର ରହିବ।
ମିଥୁନ: ଥଣ୍ଡା, କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ୍ତ ହେବ। କଅଁଳ କଥାରେ ପରକୁ ଆପଣାର କରିବେ। ସାହସୀ ଓ ଜ୍ଞାନୀ ହେବେ।
କର୍କଟ : ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।
ସିଂହ: ମନ ପ୍ରସନ୍ନ ରହିବ। କୁଳ ପ୍ରଦୀପ ହେବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ଜୀବନ ସୁଖମୟ ହେବ। କୀର୍ତ୍ତି, ମର୍ତ୍ତି, ସ୍ବତ୍ବ, ସନ୍ତୋଷ ମିଳିବ। ସୁସ୍ଥ ରହିବେ।
କନ୍ୟା :ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ସୁଖ ମିଳିବ।
ତୁଳା : ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ। ସ୍ବାଭିମାନୀ ହୋଇପାରନ୍ତି। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଶତ୍ରୁମାନଙ୍କ ଉପରେ ସତର୍କ ଦୃଷ୍ଟି ପଡ଼ିବ। ଯାନବାହନରେ ସତର୍କତା ଜରୁରୀ।
ବିଛା: ସାମାଜିକ ଚାଲିଚଳନ ଉପରେ ଦିଗ୍‌ଦର୍ଶନ ଦେବେ। ଜଣେ ସ୍ବେଚ୍ଛାସେବୀ ଭାବେ ସମ୍ମାନିତ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ମନରେ ଗର୍ବ ଆସିପାରେ।
ଧନୁ: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି।
ମକର: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନ ପ୍ରାପ୍ତିର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ।
କୁମ୍ଭ: ଉଦାର ଚରିତସମ୍ପନ୍ନ ହୋଇପାରନ୍ତି। ଜାତି ଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହେବେ। ଜଳଯାତ୍ରାରେ ବିପଦ ରହିଛି। ବୁଦ୍ଧିମାନ ହେବେ।
ମୀନ : ଈଶ୍ବର ବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ୍ତ ହେବ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ଧାର୍ମିକ ହେବେ।

Comments are closed.