ଶନିବାର ରାଶିଫଳ: ବ୍ୟବସାୟ ଲାଭପ୍ରଦ ହେବ

ମେଷ- ପରମ ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ।

ବୃଷ- ଐଶ୍ବର୍ଯ୍ୟଯୁକ୍ତ ହେବେ। ମୋକଦ୍ଦମାରେ ବିଜୟ ହାସଲ କରିବେ। ରଣାଙ୍ଗନରେ ନିଜର ଦକ୍ଷତା ପ୍ରତିପାଦନ କରିବେ। ଧନ ଲାଭ ହେବ। ଭୋଜନ ରୁଚିପୂର୍ଣ୍ଣ ହେବ। ଧନସମ୍ପଦ ଭରପୂର ରହିବ। ସୁସ୍ଥ ରହିବେ।

ମିଥୁନ- ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନା ଫଳବତୀ ହେବ। ମଧୁର କଥାରେ ପରକୁ ଆପଣାର କରିବେ। ଗୁପ୍ତ ବିଦ୍ୟାରେ ରୁଚି ରହିବ। ଜ୍ଞାନୀ ହେବେ।

କର୍କଟ- ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜ କୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସୁଖୀ ରହିବେ।

ସିଂହ- କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ।

କନ୍ୟା- ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗ ବିଳାସରେ ଅତିବାହିତ କରିପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ତୁଳା-  ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଜଳଯାତ୍ରା ନ କରିବା ଭଲ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ଧୈର୍ଯ୍ୟବାନ୍‌ ହେବେ।

ବିଚ୍ଛା- ସମାଜସେବୀ ଭାବେ ଜନସାଧାରଣଙ୍କ ଆଦରଣୀୟ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ବ୍ୟବସାୟ ଲାଭପ୍ରଦ ହେବ। ସତ୍‌ପରାୟଣ ହେବେ। ଧର୍ମ କାର୍ଯ୍ୟ କରିପାରନ୍ତି।

ଧନୁ- ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିବାକୁ ବାଧ୍ୟ ହେବେ। ଭାଇମାନଙ୍କ ପ୍ରତି ଶ୍ରଦ୍ଧାଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ସ୍ବଭାବର ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ।

ମକର- କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ପତ୍ନୀ ରୂପବତୀ ଓ ଗୁଣବତୀ ହେବେ।

କୁମ୍ଭ-  ଉଦାର ଚେତା ହୋଇପାରନ୍ତି। ଦାନଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ଜୀବନ ବିତାଇବେ। କୃଷି କର୍ମକାରୀ ହେବେ। ଚରିତ୍ରବାନ୍‌ ଓ ବୁଦ୍ଧିମାନ୍‌ ହେବେ।

ମୀନ- ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ଅମୃତ ତୁଲ୍ୟ ହୋଇପାରେ। ବ୍ୟବହାର ପ୍ରେମପୂର୍ଣ୍ଣ ହେବ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ସମ୍ମାନ ପ୍ରାପ୍ତ କରିବେ।

Comments are closed.