www.samajalive.in
Monday, December 8, 2025
14.1 C
Bhubaneswar

କେମିତି କଟିବ ଆଜିର ଦିନ: ଗୁରୁବାର ରାଶିଫଳ

ମେଷ: ଉଦାର ସ୍ବଭାବସମ୍ପନ୍ନ ହୋଇପାରନ୍ତି। ଦାନ ଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହେବେ। ଜଳଯାତ୍ରା ନ କରିବା ଭଲ।
ବୃଷ: ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କଠାରୁ ଭକ୍ତି ଓ ଆଦର ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।
ମିଥୁନ: ସୌଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ।
କର୍କଟ:ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟୁଷ୍ମାନ୍‌ ହେବେ। ଆୟ ଆଶାନୁରୂପ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ରଣାଙ୍ଗନରେ ବିଜୟୀ ହେବେ।
ସିଂହ: ରାଜଯୋଗ ଅଛି। କର୍ମଚଞ୍ଚଳ ରହିବେ। ସଂସ୍ଥାର ସଭ୍ୟମାନଙ୍କର ସମର୍ଥନ ଲାଭ କରିବେ। ଉଚ୍ଚାସନରେ ଆସୀନ ହେବେ। ସାଧନା ଫଳବତୀ ହେବ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ। ଜ୍ଞାନୀ ହେବେ।
କନ୍ୟା:ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଚଳ ରହିବେ। ସମ୍ମାନିତ ହେବା ସହିତ ସରକାରୀ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସୁସ୍ଥ ରହିବେ।
ତୁଳା: କୁଳ ପ୍ରଦୀପ ହେବେ। ଚିତ୍ତ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ।
ବିଛା: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ଓ ସାହସୀ ହେବେ। ପାରିବାରିକ ଜୀବନ ସ୍ନେହପୂର୍ଣ୍ଣ ହେବ। ଉଦ୍ୟୋଗୀ ହୋଇପାରନ୍ତି।
ଧନୁ: କାର୍ଯ୍ୟରେ ଅନାଗ୍ରହୀ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଦୁର୍ବଳତା ଅନୁଭବ କରିପାରନ୍ତି। ବ୍ୟବସାୟରୁ ଲାଭ ମିଳିପାରେ। ଜଳଯାତ୍ରା ନ କରିବା ଭଲ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କ ରହିବେ।
ମକର: ଜଣେ ସମାଜସେବୀଭାବେ ପଦମର୍ଯ୍ୟାଦା ଲାଭ କରିବେ। ବ୍ୟବସାୟ ଲାଭପ୍ରଦ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ସେବା କ୍ଷେତ୍ରରେ ନିଜକୁ ନିୟୋଜିତ କରିପାରନ୍ତି। ଅହଂଭାବ ନାଶ ହେବ।
କୁମ୍ଭ: ଭ୍ରାତୃଭାବ ଅତୁଟ ରହିବ। ଆୟ ଦୃଷ୍ଟିରୁ ଖର୍ଚ୍ଚକୁ ସୀମିତ କରିପାରନ୍ତି। ସୁସ୍ଥ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଗ୍ରାମାଞ୍ଚଳ ଲୋକଙ୍କ ସେବାରେ ନିମଗ୍ନ ରହିବେ।
ମୀନ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଜ୍ୟୋତିଷ ବିଦ୍ୟା ପ୍ରତି ଆଗ୍ରହ ରହିବ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories