କେମିତି କଟିବ ଆଜିର ଦିନ: ବୁଧବାର ରାଶିଫଳ

ମେଷ: ସଂଗ୍ରାମୀ ମନୋବୃତ୍ତିର ହୋଇପାରନ୍ତି। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନ ଲାଭ ହେବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଦିଗ୍‌ବିଜୟୀ ହେବେ।

ବୃଷ: ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନା ଫଳବତୀ ହେବ। ପରକୁ ଆପଣାର କରିପାରନ୍ତି। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ।

ମିଥୁନ:ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। କର୍ମଚଞ୍ଚଳ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତି ହୋଇପାରେ।

କର୍କଟ: ଦୟାଳୁ ସ୍ବଭାବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୁଳ ଉଜ୍ଜ୍ବଳକାରୀ ହେବେ। ମନ ପ୍ରସନ୍ନ ରହିବ। ବ୍ୟବସାୟ ଲାଭପ୍ରଦ ହେବ। ନିଜ ପରିବାର ପ୍ରତି ସ୍ନେହଭାବ ଅତୁଟ ରହିବ।

ସିଂହ:ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହୋଇପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ପ୍ରେମପୂର୍ଣ୍ଣ ହେବ।

କନ୍ୟା:ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟରୁ ଲାଭପ୍ରାପ୍ତ ହେବେ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବେ।

ତୁଳା:ଜଣେ ବିଶିଷ୍ଟ ସମାଜସେବୀଭାବେ ଜନସାଧାଣଙ୍କ ଆଦରଣୀୟ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ସୁସ୍ଥ ରହିବେ।

ବିଛା:ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିବାକୁ ବାଧ୍ୟ ହେବେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରିରେ ସୁନାମ ମିଳିବ।

ଧନୁ:କର୍ମଠ ଓ କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିପାରନ୍ତି। ଆକସ୍ମିକ ଧନଲାଭ ହୋଇପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ତେଜସ୍ବୀ ହେବେ।

ମକର:ଉଦାର ସ୍ବଭାବର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରା ନ କରିବା ଭଲ, ବିପଦ ରହିଛି।

କୁମ୍ଭ:ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହୋଇପାରନ୍ତି।

ମୀନ:ସୌଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କଠାରୁ ସାହାଯ୍ୟ ମିଳିବ।

 

Comments are closed.