ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ : ଶନିବାର ରାଶିଫଳ

ମେଷ: ପରମ ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବନ୍ଧୁ ସହାୟତା ମିଳିବ।
ବୃଷ: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଧନସମ୍ପଦ ଭରପୂର ରହିବ। ସଂଗ୍ରାମୀ ମନୋବୃତ୍ତିର ହୋଇପାରନ୍ତି। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ।
ମିଥୁନ: ଥଣ୍ଡା-କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ଏକାନ୍ତ ସାଧନା ଫଳବଳୀ ହେବ। ଜ୍ଞାନୀ ହେବେ। କ୍ରୋଧ ସମ୍ବରଣ କରିବେ।
କର୍କଟ; ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।
ସିଂହ: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଦାୟକ ହେବ। ଯଶ ଅର୍ଜନ କରିପାରନ୍ତି। ନିଜ ପରିବାର ପ୍ରତି ସ୍ନେହ ଭାବ ରହିବ।
କନ୍ୟା; ଭାଗ୍ୟଶାଳୀ ହେବେ। ସମ୍ପୂର୍ଣ୍ଣ ଜୀବନ ଭୋଗ ବିଳାସରେ କଟାଇ ପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ତୁଳା: ପରିସ୍ଥିତିରେ ପଡ଼ି ନୈତିକ ମୂଲ୍ୟବୋଧର ଅଧପତନ ଘଟାଇ ପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସତର୍କତାର ଦିନ ଆଜି।
ବିଛା ; ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ବ୍ୟବସାୟରୁ ପ୍ରଚୁର ଲାଭ ପ୍ରାପ୍ତିର ସୂଚନା ମିଳୁଛି। ଶାନ୍ତି ଓ ଧୈର୍ଯ୍ୟବାନ୍‌ ହେବେ। ନିଜ ପତ୍ନୀଙ୍କ ଇଙ୍ଗିତରେ ପରିଚାଳିତ ହେବେ। ଅହଂଭାବକୁ ବିସର୍ଜନ ଦେବେ।
ଧନୁ: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜିପାରେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ରହିବେ। ଚାକିରିରେ ସୁନାମ ଅର୍ଜନ କରିପାରନ୍ତି।
ମକର: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିପାରନ୍ତି। ଆକସ୍ମିକ ଧନ ଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ ଓ ତେଜସ୍ବୀ ହେବେ।
କୁମ୍ଭ: ଉଦାର ସ୍ବଭାବସମ୍ପନ୍ନ ହେବେ। ଦାନ-ଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରାରେ ବିପଦ ରହିଛି। ବୁଦ୍ଧିମାନ ହେବେ।
ମୀନ: ଈଶ୍ବର ବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କ ମଧ୍ୟରେ ଶ୍ରେଶ୍ଠ ହେବେ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।

Comments are closed.