bjd gruha runa

ଏହି ରାଶିର ଲୋକ ଆଜି ଚାକିରିରେ ଉନ୍ନତି କରିବେ: ମଙ୍ଗଳବାର ରାଶିଫଳ

BJD Bijuli 480×75 Mob

ମେଷ: ସଂଗ୍ରାମୀ ମନୋବୃତ୍ତିର ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭର ସୂଚନା ମିଳୁଛି। ଆୟ ଆଶାନୁରୂପ ହେବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ଓ ନିରାମୟ ରହିବେ।
ବୃଷ: ଥଣ୍ଡା-କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ମଧୁର କଥା କହି ପରକୁ ଆପଣାର କରିପାରନ୍ତି। ଚକ୍ଷୁ ଚିକିତ୍ସାରେ ଧନ ବ୍ୟୟ କରିବେ। କର୍ମଠ ଓ ସାହସୀ ହେବେ।
ମିଥୁନ: ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜାନୁଗ୍ରହରୁ ବହୁ ସମ୍ପଦ ପ୍ରାପ୍ତ ହୋଇପାରନ୍ତି।
କର୍କଟ:କୁଳ ଦୀପକ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ। ପରୋପକାରୀ ହେବେ।
ସିଂହ: ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହୋଇପାରନ୍ତି। ଆଜି ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହେବେ।
କନ୍ୟା:ପ୍ରତିଶୋଧ ପରାୟଣ ମନୋବୃତ୍ତିର ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ।
ତୁଳା: ଏକାନ୍ତରେ ମୌନ ହୋଇ ସାଧନାରେ ବ୍ରତୀ ଓ ସିଦ୍ଧିପ୍ରାପ୍ତ ହେବେ। ଜଣେ ସମାଜସେବୀଭାବେ ଜନସାଧାରଣଙ୍କ ଆଦରଣୀୟ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।
ବିଛା: ସାମୟିକ ଭାବେ ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ସେବା ମନୋବୃତ୍ତିର ହେବେ।
ଧନୁ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିବେ। ଆକସ୍ମିକ ଧନଳାଭ ହୋଇପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ ଓ ତେଜସ୍ବୀ ହେବେ।
ମକର: ଉଦାର ସ୍ବଭାବସମ୍ପନ୍ନ ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମ ଉପରେ ଗୁରୁତ୍ବ ଦେବେ। ଜଳଯାତ୍ରାରେ ବିପଦ ରହିଛି।
କୁମ୍ଭ:ଆତ୍ମବିଶ୍ବାସୀ ହେବେ। ଗମ୍ଭୀର ମନୋବୃତ୍ତିର ହୋଇପାରନ୍ତି। ଭାଷା ମଧୁର ଓ ବ୍ୟବହାର ସୌହାର୍ଦ୍ଦ୍ୟପୂର୍ଣ୍ଣ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜ ଓ ଅଶ୍ରିତମାନଙ୍କଠାରୁ ଆଦର, ସମ୍ମାନ ମିଳିବ।
ମୀନ : ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କଠାରୁ ସହାୟତା ମିଳିବ।

Comments are closed.