www.samajalive.in
Monday, December 8, 2025
17.1 C
Bhubaneswar

ଜାଣନ୍ତୁ ଆଜି ରାଶି ଅନୁସାରେ କର୍ମକ୍ଷେତ୍ରରେ କିପରି କଟିବ ଦିନ: ବୁଧବାର ରାଶିଫଳ

ମେଷ: ଜଣେ ପ୍ରଖ୍ୟାତ ସମାଜସେବୀଭାବେ ଜନସାଧାରଣଙ୍କ ଆଦରଣୀୟ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ଅହଂକୁ ବିସର୍ଜନ ଦେବେ।
ବୃଷ: ଆୟର ସ୍ବଳ୍ପତା ଦୃଷ୍ଟିରୁ ବ୍ୟୟକୁ ସୀମିତ କରିପାରନ୍ତି। ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଜନସେବାକୁ ପ୍ରାଧାନ୍ୟ ଦେବେ।
ମିଥୁନ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ ଓ ତେଜସ୍ବୀ ହେବେ।
କର୍କଟ:ଉଦାର ସ୍ବଭାବସମ୍ପନ୍ନ ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରା ନ କରିବା ଭଲ। ସୁସ୍ଥ ରହିବେ।
ସିଂହ: ଈଶ୍ବର ବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଭକ୍ତିପୂର୍ଣ୍ଣ ଆଦର, ସମ୍ମାନ ମିଳିବ। ଧାର୍ମିକ ଓ ବନ୍ଧୁପ୍ରେମୀ ହେବେ।
କନ୍ୟା: ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ।
ତୁଳା: ଶ୍ରୀଚନ୍ଦ୍ର ଭୋଗ ହେତୁ ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ସଂଗ୍ରାମୀ ମନୋବୃତ୍ତିର ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ପାରିବାରିକ ଜୀବନ ସୁଖପ୍ରଦ ହେବ।
ବିଛା: କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନା ଫଳବତୀ ହେବ। ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ମଧୁର କଥା କହି ପରକୁ ଆପଣାର କରିପାରନ୍ତି। ସାହସୀ ଓ ଜ୍ଞାନୀ ହୋଇପାରନ୍ତି।
ଧନୁ: ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ବିଭାଗୀୟ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।
ମକର: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତସମ୍ପନ୍ନ ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ। କର୍ମପ୍ରବର ହେବେ।
କୁମ୍ଭ:ଭାଗ୍ୟଶାଳୀ ହୋଇପାରନ୍ତି। ଜୀବନ ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ପ୍ରବଳ ଉଦ୍ୟୋଗୀ ହେବେ। ପାରିବାରିକ ଜୀବନ ସୁଖପ୍ରଦ ହେବ।
ମୀନ: ଈର୍ଷା ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଆଜିର ମିତ୍ର କାଲିର ଶତ୍ରୁ ପାଲଟି ଯାଇପାରେ। ଜଳଯାତ୍ରାରେ ବିପଦ ରହିଛି। ସତର୍କରେ ଚଳିବାକୁ ପଡ଼ିବ।

Hot this week

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

Related Articles

Popular Categories