ରାଶି ଅନୁସାରେ କେମିତି କଟିବ ଆଜି ଆପଣଙ୍କ ଦିନ: ଗୁରୁବାର ରାଶିଫଳ

ମେଷ: କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ତେଜସ୍ବୀ ଓ ଧାର୍ମିକ ହେବ।
ବୃଷ; ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। କୃଷି ଉପରେ ପ୍ରାଧାନ୍ୟ ଦେବେ। ଜଳଯାତ୍ରାରେ ବିପଦ ରହିଛି। ସୁସ୍ଥ ଓ ନିରାମୟ ରହିବେ। ପରୋପକାରୀ ଓ ବନ୍ଧୁବତ୍ସଳ ହେବେ।
ମିଥୁନ: ଆତ୍ମବିଶ୍ବାସୀ ହେବେ। ମନପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଭକ୍ତିପୂତ ଆଦର, ସମ୍ମାନ ମିଳିବ। ଧାର୍ମିକ ଓ ବିଦ୍ବାନ୍‌ ହେବେ।
କର୍କଟ:ପରମ ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ।
ସିଂହ: ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ଆଶାନୁରୂପ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ସଂଗ୍ରାମୀ ମନୋବୃତ୍ତିର ହେବେ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବା ସହ ଅନ୍ୟମାନଙ୍କୁ ମଧ୍ୟ ଆପ୍ୟାୟିତ କରିପାରନ୍ତି।
କନ୍ୟା:କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନା ଫଳବତୀ ହେବ। ମଧୁର ଭାଷାରେ ପରକୁ ଆପଣାର କରି ସ୍ବାର୍ଥ ହାସଲ କରିବେ। ନୀତିନିଷ୍ଠ ହେବେ। ଧାର୍ମିକ ପ୍ରବୃତ୍ତିର ହେବେ। ନିଜ ସ୍ବାସ୍ଥ୍ୟ ରକ୍ଷାରେ ଧନ ବ୍ୟୟ କରିବେ।
ତୁଳା:ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।
ବିଛା:କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ପାଇବେ। ନିଜର ବଂଶମର୍ଯ୍ୟାଦା ରକ୍ଷା କରିବାରେ ପାରଙ୍ଗମ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ପାରିବାରିକ ସୁଖ ମିଳିବ।
ଧନୁ: ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହେବେ। ପ୍ରଗତୀଶୀଳ ଚିନ୍ତାଧାରାର ହେବେ।
ମକର:ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟରୁ ଲାଭବାନ୍‌ ହେବେ। ସାରାଦିନ ସତର୍କତାର ସହ ଚଳିବାକୁ ପଡ଼ିବ।
କୁମ୍ଭ:ଜଣେ ଆଜୀବନ ସମାଜସେବୀଭାବେ ଉଚ୍ଚ ସମ୍ମାନର ଅଧିକାରୀ ହେବେ। ସେବାକୁ ଜୀବନର ବ୍ରତଭାବେ ଗ୍ରହଣ କରି ନିସ୍ବାର୍ଥପର ସେବକ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ।
ମୀନ: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିବାକୁ ବାଧ୍ୟ ହେବେ। ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ରହିବେ। ଅତି ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ମଧ୍ୟ ସେବା କାର୍ଯ୍ୟକୁ ପ୍ରାଧାନ୍ୟ ଦେବେ।

Comments are closed.