କେମିତି କଟିବ ଏ ସପ୍ତାହ – ଜାଣନ୍ତୁ ଆପଣଙ୍କ ଭାଗ୍ୟଫଳ

ମେଷ: ରବିବାର ଓ ସୋମବାର କର୍ମକ୍ଷେତ୍ରରେ ଲାଭବାନ ହେବେ। ନୂତନ ଭୂମି କ୍ରୟ କରିପାରନ୍ତି। ମଙ୍ଗଳବାର ଓ ବୁଧବାର ନୂତନ ନିଯୁକ୍ତି ମିଳିପାରେ। ଆର୍ଥିକ ସମସ୍ୟା ଦୂରୀଭୂତ ହେବ। ଗୁରୁବାର ଓ ଶୁକ୍ରବାର ମଧ୍ୟମଫଳ ପ୍ରାପ୍ତ ହେବ। ଦୂର ଦେଶକୁ ଯାତ୍ରା କରିପାରନ୍ତି। ଶନିବାର ଅଯଥା ବିବାଦରେ ଛନ୍ଦି ହୋଇପଡ଼ିବେ। ମହିଳା ଓ ବିଦ୍ୟାର୍ଥୀ କର୍ମ ଅନୁସାରେ ଫଳ ପାଇବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ସୁନ୍ଦରାକାଣ୍ଡ ପାଠ କରନ୍ତୁ।
ବୃଷ:ରବିବାର ଓ ସୋମବାର ମଧ୍ୟମ ଫଳ ପାଇବେ। ଅଟକିଥିବା କାର୍ଯ୍ୟରେ ସଫଳତା ପାଇବେ। ମଙ୍ଗଳବାର ଓ ବୁଧବାର ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ ଶାନ୍ତି ଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ରିଷ୍ଟ ଖଣ୍ଡନ ପାଇଁ ଆଚାର୍ଯ୍ୟ ଶଙ୍କରଙ୍କ କୃତ କନକଧାରା ସ୍ତୋତ୍ର ପାଠ କରନ୍ତୁ।
ମିଥୁନ:ରବିବାର ଓ ସୋମବାର ଅସୁବିଧାରେ ପଡ଼ିପାରନ୍ତି। ଯାତ୍ରା ଜନିତ ଆଘାତ ପ୍ରାପ୍ତ ହେବେ। ମଙ୍ଗଳବାର ଓ ବୁଧବାର ଉଦ୍ୟମେ କାର୍ଯ୍ୟସିଦ୍ଧି ହେବ। ଆର୍ଥିକ ସମସ୍ୟା ଦୂର ପାଇଁ ପ୍ରୟାସ କରିବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ। ପ୍ରତିଯୋଗିତାରେ ବିଜୟୀ ହେବେ। ମହିଳା ଓ ବିଦ୍ୟାର୍ଥୀ ପରିଶ୍ରମ ଅନୁସାରେ ଫଳପ୍ରାପ୍ତି ହେ​‌େ​‌ବ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀଗଣେଶଙ୍କ ଗାୟତ୍ରୀ ମନ୍ତ୍ର ଜପ କରନ୍ତୁ।
କର୍କଟ:ରବିବାର ଓ ସୋମବାର ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ଶତ୍ରୁ ପରାସ୍ତ ହେବେ। ମଙ୍ଗଳବାର ଓ ବୁଧବାର ହାତେ ମାପି ଚାଖଣ୍ଡେ ଚାଲିବା ଉଚିତ୍‌। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ କର୍ମ ଅନୁସାରେ ଫଳପ୍ରାପ୍ତି ହେବ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ମହିଳା ଓ ବିଦ୍ୟାର୍ଥୀ ସ୍ବାବଲମ୍ବୀ ହେବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ତତ୍‌ପୁରୁଷାୟ ବିଦ୍ମହେ ମହାଦେବାୟ ଧୀମହି ତନ୍ନୋ ରୁଦ୍ର ପ୍ରଚୋଦୟାତ୍‌ ମନ୍ତ୍ର ଜପ କରନ୍ତୁ।
ସିଂହ:ରବିବାର ଓ ସୋମବାର ଜଗିରଖି ଚଳିବେ। ହଠାତ୍‌ କୌଣସି ସମସ୍ୟାର ସମ୍ମୁଖୀନ ହେବେ। ମଙ୍ଗଳବାର ଓ ବୁଧବାର ନୂତନ ଦ୍ରବ୍ୟ କ୍ରୟ କରିବେ। ସ୍ତ୍ରୀ ହେତୁକ ଭୂମି ଲାଭ ହେବ। ଗୁରୁବାରଠାରୁ ଶନିବାର ଅନୁକୂଳ ଫଳ ପ୍ରାପ୍ତି ହେବନାହିଁ। ଦ୍ରବ୍ୟ ଚୋରି ହୋଇପାରେ। ପାରିବାରିକ କଳହ ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଆଦିତ୍ୟ ହୃଦୟ ସ୍ତୋତ୍ର ପାଠ କରନ୍ତୁ।
କନ୍ୟା:ରବିବାର ଓ ସୋମବାର ନୂତନ ନିଯୁକ୍ତି ପାଇପାରନ୍ତି। ଆୟ ବୃଦ୍ଧି ହେବ। ମଙ୍ଗଳବାର ଓ ବୁଧବାର ଜଗିରଖି ଚଳିବା ଏକାନ୍ତ ଆବଶ୍ୟକ। ଋଣଗ୍ରସ୍ତ ହୋଇପାରନ୍ତି। ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସମୟ ଆପଣଙ୍କ ସପକ୍ଷରେ ଯିବ। ନୂତନ ଯୋଜନା ପ୍ରସ୍ତୁତ କରିବେ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀନାରାୟଣ କବଚ ପାଠ କରନ୍ତୁ।
ତୁଳା:ରବିବାର ଓ ସୋମବାର ଶତ୍ରୁ ଦ୍ବାରା ପରାସ୍ତ ହୋଇପାରନ୍ତି। ଯାତ୍ରା ଜନିତ ସମସ୍ୟା ଦେଖାଦେବ। ମଙ୍ଗଳବାର ଓ ବୁଧବାର ନୂତନ ନିଯୁକ୍ତି ମିଳିପାରେ। ପ୍ରତିଷ୍ଠା ଲାଭ କରିବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସମୟ ଶୁଭଫଳ ପ୍ରଦାନ କରିନପାରେ। ଆର୍ଥିକ ଅନଟନ ଦେଖାଦେବ। ପାରିବାରିକ ଅଶାନ୍ତି ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳନ୍ତୁ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।
ବିଛା:ରବିବାର ଓ ସୋମବାର ବନ୍ଧୁ ସହଯୋଗ ପ୍ରାପ୍ତ ହେବ। କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ। ମଙ୍ଗଳବାର ଓ ବୁଧବାର ଯାନବାହନ ଜନିତ ସମସ୍ୟା ଦେଖାଦେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସାବଧାନତା ଅବଲମ୍ବନ କରିବା ଉଚିିତ୍‌। ପୈତୃକ ସମ୍ପତ୍ତିକୁ ନେଇ ସମସ୍ୟା ଦେଖାଦେବ। ମାଲିମକଦ୍ଦମାରେ ବିଫଳତା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀବଗଳାମୁଖୀ ମନ୍ତ୍ର ଜପ କରନ୍ତୁ।
ଧନୁ:ରବିବାର ଓ ସୋମବାର ଆର୍ଥିକ ସ୍ବଚ୍ଛଳତା ଲାଭ ହେବ। କାର୍ଯ୍ୟରେ ପ୍ରତିଷ୍ଠା ଲାଭ କରିବେ। ମଙ୍ଗଳବାର ଓ ବୁଧବାର ସମସ୍ୟା ମୁକ୍ତି ପାଇଁ ପ୍ରୟାସ କରିବେ। ସୃଜନଶୀଳ ପ୍ରତିଭାର ବିକାଶ ହେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ପରିସ୍ଥିତିରେ ସାମାନ୍ୟ ପରିବର୍ତ୍ତନ ଆସିବ। ସ୍ବାସ୍ଥ୍ୟଗତ ସମସ୍ୟା ଦୂର ପାଇଁ ଚେଷ୍ଟା କରିବେ। ମହିଳା ଓ ବିଦ୍ୟାର୍ଥୀ କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀଦୁର୍ଗା ସହସ୍ରନାମ ପାଠ କରନ୍ତୁ।
ମକର:ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପରିଶ୍ରମଜନିତ କ୍ଳାନ୍ତି ଅନୁଭୂତ ହେବ। କାର୍ଯ୍ୟକ୍ଷେତ୍ରରେ ଦ୍ବନ୍ଦ୍ବ ପରିଲକ୍ଷିତ ହେବ। ବୁଧବାର ଓ ଗୁରୁବାର ନୂତନ ନିଯୁକ୍ତି ମିଳିପାରେ। ଅବିବାହିତ ପୁରୁଷ ଓ କନ୍ୟାଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ଶୁକ୍ରବାର ଓ ଶନିବାର ସାମାଜିକ କାର୍ଯ୍ୟରେ ଯୋଗଦାନ କରିବେ। ସ୍ତ୍ରୀ ହେତୁକ ଧନଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ ମନନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।
କୁମ୍ଭ:ରବିବାର ଓ ସୋମବାର ବିବଦମାନ ପରିସ୍ଥିତିର ସମ୍ମୁଖୀନ ହେବେ। ଶତ୍ରୁ ଦ୍ବାରା ପରାସ୍ତ ହେବେ। ମଙ୍ଗଳବାର ଓ ବୁଧବାର କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ। ଆୟ ବୃଦ୍ଧି ହେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ଦାର୍ଶନିକ ଚିନ୍ତାଧାରାଯୁକ୍ତ ହେବେ। ଧାର୍ମିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀକାଳୀଙ୍କ ସହସ୍ରନାମ ପାଠ କରନ୍ତୁ।
ମୀନ:ରବିବାର ଓ ସୋମବାର ସ୍ତ୍ରୀ ହେତୁକ ଭୂମି ଲାଭ ହେବ। ପାରିବାରିକ ଜୀବନ ସୁଖମୟ ହେବ। ମଙ୍ଗଳବାର ଓ ବୁଧବାର ଜଗିରଖି ଚଳନ୍ତୁ। ବିବଦମାନ ପରିସ୍ଥିତିର ସମ୍ମୁଖୀନ ହେବେ। ଗୁରୁବାର ଓ ଶୁକ୍ରବାର କର୍ମାଶ୍ରୟୀ ହେବେ। ଶନିବାର ଉଦ୍ୟମେ କାର୍ଯ୍ୟସିଦ୍ଧି ହେବ। ତୀର୍ଥଯାତ୍ରା କରିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ପିଲାଙ୍କ ପାଇଁ ଚିନ୍ତିତ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ତାରାଙ୍କ କବଚ ପାଠ କରନ୍ତୁ।

Comments are closed.