ଏହି ରାଶିର ଲୋକ ଆଜି ଧାର୍ମିକ ସ୍ଥାନକୁ ଯାତ୍ରା କରିବେ: ଶନିବାର ରାଶିଫଳ

ମେଷ: ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରି ଜୀବନ ମଧ୍ୟ ସେବାମୂଳକ ହେବ।
ବୃଷ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭ ହୋଇପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ସ୍ତରରୁ ପ୍ରବାହିତ ହେବ। ପତ୍ନୀ ଆଜ୍ଞାକାରିଣୀ ହେବେ। ତେଜସ୍ବୀ ହେବେ।
ମିଥୁନ: ଉଦାର ପ୍ରକୃତିର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି ଉପରେ ଅଧିକ ଧ୍ୟାନ ଦେବେ। ଜଳଯାତ୍ରା ନ କରିବା ଭଲ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।
କର୍କଟ: ଈଶ୍ବର ବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଭକ୍ତିଯୁକ୍ତ ଆଦର ସମ୍ମାନ ମିଳିବ। ଧାର୍ମିକ ହେବେ।
ସିଂହ: ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ, ବିଦ୍ୟାପ୍ରେମୀ ଓ ସାହସୀ ହେବେ। ଜନକଲ୍ୟାଣ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କନ୍ୟା: ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ଆଶାନୁରୂପ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଚକ୍ଷୁରେ ସାମାନ୍ୟ ପୀଡ଼ା ଉପୁଜିପାରେ। ବିଦ୍ବାନ୍‌ ହେବେ।
ତୁଳା: ସାମାନ୍ୟ ଥଣ୍ଡାକଫରେ ଆକ୍ରାନ୍ତ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। ଏକାନ୍ତପ୍ରିୟ ହୋଇପାରନ୍ତି। ମଧୁର କଥାରେ ପରକୁ ଆପଣାର କରି କାର୍ଯ୍ୟ ହାସଲ କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ।
ବିଛା: ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ବିଭାଗୀୟ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଯାନବାହନ ସୁଖ ମିଳିପାରେ।
ଧନୁ: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ବ୍ୟବସାୟ ଲାଭପ୍ରଦ ହେବ। ଯଶସ୍ବୀ ହେବେ। କର୍ମ କ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। କର୍ମଠ ହେବେ।
ମକର: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କୁମ୍ଭ: ଆକସ୍ମିକ ସମସ୍ୟା ଦେଖା ଦେଇପାରେ। ସେବା ଓ ପରୋପକାରକୁ ଜୀବନର ବ୍ରତଭାବେ ଗ୍ରହଣ କରିପାରନ୍ତି। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରି ପ୍ରଶଂସାର ପାତ୍ର ହେବେ। ଆଜି ସତର୍କରେ ଚଳିବାକୁ ପଡ଼ିବ।
ମୀନ: ସେବା ମୂଳକ କାର୍ଯ୍ୟରେ ସମୟ ଅତିବାହିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ବ୍ୟବସାୟ ଲାଭପ୍ରଦ ହେବ। କାର୍ଯ୍ୟ କ୍ଷେତ୍ରରେ ପତ୍ନୀଙ୍କ ଉପଦେଶ ଉପାଦେୟ ହେବ। ସ୍ବାସ୍ଥ୍ୟ ପାଇଁ ଧନ ବ୍ୟୟ କରିବେ।

Comments are closed.