କେମିତି କଟିବ ଆଜିର ଦିନ: ଗୁରୁବାର ରାଶିଫଳ

ମେଷ:ଭ୍ରାତୃତ୍ବର ବନ୍ଧନ ନିବିଡ଼ତର ହୋଇପାରେ। ସୁସ୍ଥ ଓ ନିରାମୟ ରହିବେ। ଶକ୍ତିମାନ ଓ ଶତ୍ରୁ ବିନାଶକାରୀ ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଚମତ୍କାରିକ ଲାଭ ହୋଇପାରେ। ଚକ୍ଷୁ ପୀଡ଼ା ଉପୁଜିପାରେ।
ବୃଷ:କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ତେଜୀୟାନ୍‌ ହେବେ।
ମିଥୁନ: ଉଦାର ଚେତା ହୋଇପାରନ୍ତି। ଦାନଧର୍ମକୁ ଶ୍ରେୟ ମଣିପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରାରେ ବିପଦ ରହିଛି।
କର୍କଟ:ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର, ସମ୍ମାନ ପାଇବେ। ସରକାରୀ ସ୍ତରରୁ ସାହାଯ୍ୟ ମିଳିବ।
ସିଂହ: ସୌଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ଲାଭ କରିପାରନ୍ତି।
କନ୍ୟା :ବଳଶାଳୀ ହେବେ। ଐଶ୍ବର୍ଯ୍ୟଯୁକ୍ତ ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଧନ, ସମ୍ପଦ ଭରପୂର ରହିବ। ସୁସ୍ଥ ଓ ନିରାମୟ ରହିବେ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ।
ତୁଳା : ଥଣ୍ଡା କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ଏକାନ୍ତ ମୌନାବତାର ସାଧନାରୁ ସିଦ୍ଧି ପ୍ରାପ୍ତ ହେବେ। କର୍ମଚଞ୍ଚଳ ରହିବେ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। କ୍ରୋଧ ଉପୁଜିପାରେ।
ବିଛା : ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ  ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।
ଧନୁ:କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ।
ମକର : ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କୁମ୍ଭ : ସ୍ବାର୍ଥନ୍ବେଷୀଙ୍କୁ ସହାୟତା ଦେଇ ଅନୁତତ୍ପ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟରୁ ଲାଭ ମିଳିବ। ଯାନବାହନ ଚଳାଚଳରେ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ। ଜଳଯାତ୍ରା ମନା।
ମୀନ: ଜଣେ ସମାଜସେବୀଭାବେ ସର୍ବତ୍ର ଆଦରଣୀୟ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ବିଶେଷ କର୍ମ ପାଇଁ ମନରେ ଉପୁଜିଥିବା ଅହଂଭାବକୁ ବିସର୍ଜନ ଦେଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ।

Comments are closed.