ଜନ୍ମାଷ୍ଟମୀରୁ ଆରମ୍ଭ ହେଉଛି ନୂତନ ସପ୍ତାହ, ପଢନ୍ତୁ କିପରି ରହିବ ମେଷ ଠାରୁ ମୀନ ପର୍ଯ୍ୟନ୍ତ ରାଶିର ଭାଗ୍ୟ

ମେଷ: ପରମ ସୌଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ବୃଷ: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ସଂଗ୍ରାମୀ ମନୋବୃତ୍ତିର ହୋଇପାରନ୍ତି। ଧନ ଲାଭ ହେବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ମିଥୁନ: କର୍ମଚଞ୍ଚଳ ରହିବେ। ଥଣ୍ଡା, କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ଏକାନ୍ତ ସାଧନା ଫଳବତୀ ହେବ। ଧାର୍ମିକ ପ୍ରବୃତ୍ତିର ହେବେ। ମଧୁର କଥାରେ ପରକୁ ଆପଣାର କରିବେ।
କର୍କଟ: ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।
ସିଂହ:କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ। ଔଷଧ ବ୍ୟବସାୟରୁ ଭଲ ଲାଭ ହେବ।
କନ୍ୟା:ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ ବିଳାସ କରିପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ।
ତୁଳା: ପରିସ୍ଥିତିରେ ପଡ଼ି ଈର୍ଷା ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଜଳଯାତ୍ରାରେ ବିପଦ ରହିଛି। ଆଜି ସତର୍କରେ ଚଳିବେ।
ବିଛା: ଜଣେ ସମାଜସେବୀ ଭାବେ ଉଚ୍ଚ ସମ୍ମାନର ଅଧିକାରୀ ହୋଇପାରନ୍ତି। ନିଜର ସ୍ବକର୍ମ ପାଇଁ ମନରେ ଉପୁଜିଥିବା ଅହଂଭାବକୁ ବିସର୍ଜନ ଦେବାକୁ ପଡ଼ିବ। ନିଜ ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।
ଧନୁ: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭ୍ରାତୃବନ୍ଧନ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସେବା ପରାୟଣ ମନୋବୃତ୍ତିର ହେବେ।
ମକର: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ, ତେଜସ୍ବୀସମ୍ପନ୍ନ ହେବେ।
କୁମ୍ଭ:ଉଦାରଚେତା ହୋଇପାରନ୍ତି। ଦାନଧର୍ମକୁ ଶ୍ରେୟ ମଣିବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରାରେ ବିପଦ ରହିଛି। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।
ମୀନ: ଆସ୍ତିକ ହେବେ। ମନପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହୋଇପାରନ୍ତି।

Comments are closed.