ଆଜି ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ସୁଖ ସମୃଦ୍ଧିପୂର୍ଣ୍ଣ

ମେଶ- ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖ ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ବୃଷ-  ଈର୍ଷାଳୁ ସ୍ବଭାବସମ୍ପନ୍ନ ହେବେ। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଶତ୍ରୁଙ୍କ ପ୍ରତି ସତର୍କ ରହିବାକୁ ପଡ଼ିବ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ସୁସ୍ଥ ଜୀବନ ବିତାଇବେ।

 ମିଥୁନ-  ସାମାଜିକ ସ୍ତରରେ ସେବା ଧର୍ମକୁ ଆଦରି ନେଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ସ୍ବକର୍ମ ପାଇଁ ମନରେ ଉପୁଜିଥିବା ଅହଂଭାବକୁ ବିସର୍ଜନ ଦେଇପାରନ୍ତି। ପତ୍ନୀଙ୍କ ଉପଦେଶ ଉପାଦେୟ ହେବ।

କର୍କଟ-  ବଦ୍‌ଖର୍ଚ୍ଚୀ ହୋଇପାରନ୍ତି। ଚକ୍ଷୁରେ ପୀଡ଼ା ଉପୁଜିପାରେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରିରେ ଚମତ୍କାରିକ ଲାଭପ୍ରାପ୍ତ କରିଥାଏ।

ସିଂହ- କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ।

କନ୍ୟା-  ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରା ନ କରିବା ଭଲ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ। ଯାନବାହନ ସୁଖ ମିଳିବ।

ତୁଳା- ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ମାର୍ଜିତ ହେବ। ଥଣ୍ଡାକଫରେ ଆକ୍ରାନ୍ତ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର ସମ୍ମାନ ମିଳିବ।

ବିଛା- ସୌଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ମିତ୍ରଙ୍କଠାରୁ ସହାୟତା ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବିଭିନ୍ନ ସ୍ତରରୁ ଧନାଗମ ହେବ।

ଧନୁ- ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ମୋକଦ୍ଦମା ଖର୍ଚ୍ଚ ମିଳିବ। ଧନସମ୍ପଦ ଭରପୂର ରହିବ। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହୋଇପାରନ୍ତି। ସୁସ୍ବାଦୁ ଭୋଜନ ମିଳିପାରେ। ଶାସ୍ତ୍ରଜ୍ଞ ହେବେ।

ମକର-ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନା ଫଳବତୀ ହେବ। ମଧୁର ଭାଷାରେ ପରକୁ ଆପଣାର କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ। ଧର୍ମଜ୍ଞ ହେବେ।

କୁମ୍ଭ- ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜ ଦରବାରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଜ୍ୟୋତିଷ ବିଦ୍ୟାରେ ରୁଚି ରହିବ।

ମୀନ- କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ।

Comments are closed.