www.samajalive.in
Tuesday, December 9, 2025
16.1 C
Bhubaneswar

ଆଜି ଅକ୍ଷୟ ତୃତୀୟା; ପୁରୀରେ ଅନୁକୂଳ ହେବ ରଥକାଠ

ପୁରୀ: ଆଜି ପବିତ୍ର ଅକ୍ଷୟ ତୃତୀୟା। ଆଜିଠୁ ଆରମ୍ଭ ହେବ ମହାପ୍ରଭୁଙ୍କ ୨୧ଦିନିଆ ଚନ୍ଦନ ଯାତ୍ରା। ଏହାସହ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ତିନି ରଥ ନିର୍ମାଣ ଲାଗି ଆଜି ରଥକାଠ ଅନୁକୂଳ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ, ଜିଲ୍ଲା ପ୍ରଶାସନ ଓ ପୁଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି। ରାତି ୩ଟାରୁ ମହାପ୍ରଭୁଙ୍କର ଦ୍ୱାର ଫିଟା ନୀତି କରାଯାଇ ଅନ୍ୟାନ୍ୟ ନୀତି ଅନୁଷ୍ଠିତ ହେଉଛି। ଅପରାହ୍ନ ସାଢେ ୩ଟାରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ଭୂଦେବୀ, ଶ୍ରୀଦେବୀ ଓ ରାମକୃଷ୍ଣ ବିମାନକୁ ବିଜେ କରିବା ପରେ ଶୋଭାଯାତ୍ରାରେ ଶ୍ରୀକ୍ଷେତ୍ରର ପଞ୍ଚମହାଦେବଙ୍କ ବିମାନ ସହ ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ।
ଅନ୍ୟପଟେ ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଶେଷ ହେବା ପରେ ଅପରାହ୍ନ ୪ଟାରେ ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ଆଜ୍ଞାମାଳ ରଥଖଳାକୁ ଆସିବା ପରେ ସୁବର୍ଣ୍ଣ କୁରାଢୀରେ ତିନି ରଥ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ କରାଯିବା ନେଇ ସୂଚନା ମିଳିଛି। ଚଳିତ ଥର ଚନ୍ଦନ ଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories