www.samajalive.in
Monday, December 8, 2025
13.1 C
Bhubaneswar

ଆଜି ଅନ୍ତିମ ପର୍ଯ୍ୟାୟ ମତଦାନ: ୬ ଲୋକସଭା, ୪୨ ବିଧାନସଭା ଆସନରେ ଭୋଟିଂ

ଭୁବନେଶ୍ବର : ସାଧାରଣ ନିର୍ବାଚନ-୨୦୨୪ ପାଇଁ ଆଜି ( ଶନିବାର) ଶେଷ ପର୍ଯ୍ୟାୟ ମତଦାନ ହେଉଛି। ଓଡ଼ିଶାର ଚତୁର୍ଥ ଅର୍ଥାତ ଅନ୍ତିମ ପର୍ଯ୍ୟାୟ ମତଦାନରେ ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁର ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନ ୪୨ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ଭୋଟ୍‌ ଗ୍ରହଣ କରାଯାଉଛି।ଏହି ପର୍ଯ୍ୟାୟରେ ଲୋକସଭା ଆସନ ପାଇଁ ୬୬ ପ୍ରାର୍ଥୀ ନିର୍ବାଚନ ଲଢୁଥିବାବେଳେ ବିଧାନସଭା ଆସନରେ ୩୯୪ ପ୍ରାର୍ଥୀଙ୍କ ମଧ୍ୟରେ ପ୍ରତିଦ୍ବନ୍ଦ୍ବିତା ଚାଲିଛି। ଏହି ୬ ଲୋକସଭା କ୍ଷେତ୍ରରୁ ମୋଟ ୯୯.୬୧ଲକ୍ଷ ଭୋଟର ସେମାନଙ୍କ ବହୁମୂଲ୍ୟ ମତଦାନ ସାବ୍ୟସ୍ତ କରି ନିଜ ନିଜର ମନପସନ୍ଦର ସାଂସଦ ଓ ବିଧାୟକ ବାଛିବେ। ବିଜେପି, ବିଜେଡି ଏବଂ କଂଗ୍ରେସର ଅନେକ ହେଭିୱେଟ୍‌ ନେତା ନିର୍ବାଚନ ଲଢୁଥିବାରୁ ଆଜି ସେମାନଙ୍କ ଭାଗ୍ୟ ପରୀକ୍ଷା ହେବ। ଭୋଟ୍‌ ଗ୍ରହଣ ସକାଳ ୭ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ। ମୟୂରଭଞ୍ଜ ଲୋକସଭା ଆସନ ଏବଂ ଏହା ଅଧୀନରେ ଆସୁଥିବା ଯଶୀପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷି, ଉଦଳା, ବାରିପଦା ଏବଂ ମୋରଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ଭୋଟ ଗ୍ରହଣ କରାଯାଉଛି। ସେହିପରି ବାଲେଶ୍ବର ସଂସଦୀୟ କ୍ଷେତ୍ର ସହିତ ଏହା ଅନ୍ତର୍ଗତ ବଡ଼ସାହି, ଜଳେଶ୍ୱର, ଭୋଗରାଇ, ବସ୍ତା, ବାଲେଶ୍ୱର, ରେମୁଣା ଏବଂ ନୀଳଗିରି ବିଧାନସଭା ଆସନରେ ମତଦାନ ହେଉଛି । ଭଦ୍ରକ ଲୋକସଭା ଆସନ ଏବଂ ଏହା ଅନ୍ତର୍ଗତ ବିଧାନସଭା କ୍ଷେତ୍ର ସୋର, ସିମୁଳିଆ, ଭଣ୍ଡାରିପୋଖରୀ, ଭଦ୍ରକ, ବାସୁଦେବପୁର, ଧାମନଗର ଏବଂ ଚାନ୍ଦବାଲି ଆସନ ପାଇଁ ଭୋଟ୍‌ ଗ୍ରହଣ କରାଯାଉଛି।  ଯାଜପୁର ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନରେ ଆସୁଥିବା ବିଞ୍ଝାରପୁର, ବରୀ, ବଡ଼ଚଣା, ଧର୍ମଶାଳା, ଯାଜପୁର, କୋରେଇ ଏବଂ ସୁକିନ୍ଦା ବିଧାନସଭା କ୍ଷେତ୍ରରେ ମତଦାନ ହେଉଛି।  କେନ୍ଦ୍ରାପଡ଼ା ଲୋକସଭା ଆସନ ଏବଂ ଏହା ଅନ୍ତର୍ଗତ ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର ଏବଂ ମହାକାଳପଡ଼ା ବିଧାନସଭା କ୍ଷେତ୍ର ପାଇଁ ଭୋଟ୍‌ ଗ୍ରହଣ ହେଉଛି।  ଜଗତସିଂହପୁର ଲୋକସଭା ଆସନ ଏବଂ ଏହା ଅନ୍ତର୍ଗତ ପାରାଦ୍ବୀପ, ତିର୍ତ୍ତୋଲ, ବାଲିକୁଦା-ଏରସମା, ଜଗତସିଂହପୁର, କାକଟପୁର, ନିଆଳି ଓ ନିମାପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀଗୁଡ଼ିକରେ ଭୋଟ୍‌ ଗ୍ରହଣ ହେଉଛି।

Hot this week

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

Related Articles

Popular Categories