www.samajalive.in
Sunday, December 7, 2025
26.1 C
Bhubaneswar

ପବିତ୍ର ପୌଷ ପୂର୍ଣ୍ଣିମା: ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୂ

ପୁରୀ: ଗୁରୁବାର ପବିତ୍ର ପୌଷ ପୂର୍ଣ୍ଣିମା । ମହାପ୍ରଭୂ ସୁନାବେଶ ବା ରାଜରାଜେଶ୍ବର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । ରତ୍ନ ସିଂହାସନରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ସୁନାବେଶରେ ସଜ୍ଜିତ କରାଯିବ । ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନ ଲାଗି ପରେ ମହାପ୍ରଭୂ ଜଗନ୍ନାଥଙ୍କୁ ଅଭିଷେକ କରାଯିବ। ପରେ ପରେ ବିଭିନ୍ନ ନୀତିକାନ୍ତି ହୋଇ ରତ୍ନ ସିଂହାସନରେ ମହାପ୍ରଭୂ ମାନଙ୍କର ସୁନାବେଶ ଅନୁଷ୍ଠିତ ହେବ । ରତ୍ନ ସିଂହାସନରେ ବର୍ଷକୁ ୫ ଥର ହେଉଥିବା ସୁନାବେଶ ମଧ୍ୟରୁ ଆଜିର ବେଶ ଅନ୍ୟତମ। ପ୍ରଭୁ ଶ୍ରୀରାମ ୧୪ ବର୍ଷ ବନବାସ ପରେ ଆଜିର ଦିନରେ ଅଯୋଧ୍ୟାକୁ ପ୍ରତ୍ୟାବର୍ତ୍ତନ କରି ସିଂହାସନରେ ଅଧିଷ୍ଠିତ ହୋଇଥିଲେ। ତେଣୁ ସେହି ସ୍ମୃତିରେ ଶ୍ରୀମନ୍ଦିରରେ ପୌଷ ପୁର୍ଣ୍ଣିମା ଅର୍ଥାତ୍ ରତ୍ନସିଂହାସନରେ ମହାପ୍ରଭୁଙ୍କର ଅଭିଷେକ ନୀତି ସଂପନ୍ନ ହୋଇଥାଏ। ଏହାପରେ ସନ୍ଧ୍ୟା ସମୟରେ ମହୋଦଧି ଆଳତୀ କରାଯିବ । ସ୍ବର୍ଗଦ୍ବାର ବେଳାଭୂମିରେ ଜଗତଗୁରୁ ଶଙ୍କରାଚାର୍ଯ୍ୟ , ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜ, ଗଜପତି ମହାରାଜା ଏବଂ ସାଧୁସନ୍ଥଙ୍କ ଉପସ୍ଥିତିରେ ମହୋଦଧି ଆରତୀ କରାଯିବ।

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories