www.samajalive.in
Sunday, December 7, 2025
15.1 C
Bhubaneswar

ଆଜି ଦାରୁବ୍ରହ୍ମଙ୍କ ନୀଳାଦ୍ରି ବିଜେ

ପୁରୀ : ଘୋଷଯାାତ୍ରାର ଅନ୍ତିମ ପର୍ଯ୍ୟାୟରେ​  ଆଜି ଦାରୁବ୍ରହ୍ମଙ୍କୁ ନୀଳାଦ୍ରି ବିଜେ କରାଯିବ। ନବଦିନ ବ୍ୟାପୀ ଘୋଷଯାତ୍ରା ଶେଷକରି ଶ୍ରୀମନ୍ଦିର ରତ୍ନସିଂହାସନକୁ ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି। ଅପରାହ୍ଣ ୪ଟାରେ ଶ୍ରୀଜୀଉଙ୍କ ନୀଳାଦ୍ରି ବିଜେ ପହଣ୍ଡି ଆରମ୍ଭ ହେବ। ରଥଉପରେ ଠାକୁରଙ୍କୁ ସନ୍ଧ୍ୟାଆଳତି ଏବଂ ସନ୍ଧ୍ୟାଧୂପ ପରେ ଚାରମାଳ ବନ୍ଧାଯିବ। ପାଳିଆ ସେବକ ସିଂହାସନ ମାଜଣା କରିବେ। ଏହାପରେ ପ୍ରଭୁଙ୍କୁ ପୁଷ୍ପାଞ୍ଜଳି ଅର୍ପଣ କରାଯାଇ ଆରମ୍ଭ ହେବ ନୀଳାଦ୍ରି ବିଜେ। ଅପରାହ୍ଣ ୪ଟାରେ ଶ୍ରୀଜୀଉଙ୍କ ପହଣ୍ଡି ଆରମ୍ଭ ହୋଇ ରାତି ୧୦ଟାରେ ଶେଷ ହେବ। ଏହାପରେ ରତ୍ନସିଂହାସନରେ ଦଇତାପତି ସର୍ବାଙ୍ଗ ଓ ଶ୍ରୀମୁଖ ଖଣ୍ଡୁଆ ନୀତି ସମ୍ପନ୍ନ ହେବ। ଚାରମାଳ ଫିଟାଯିବା ପରେ ଶ୍ରୀସୁଦର୍ଶନ ସିଂହାସନକୁ ବିଜେ କରିବେ। ଚକାପୋଛା କରାଯିବା ସହ ସିଂହାସନ ଧୁଆଯିବ। ଶ୍ରୀମାଧବ, ଶ୍ରୀଦେବୀ ଏବଂ ଭୂଦେବୀ ସିଂହାସନକୁ ବିଜେ କରିବେ। ଦାରୁବ୍ରହ୍ମଙ୍କୁ ମହାସ୍ନାନ କରାଯାଇ ରୋଷହୋମ, ମଇଲମ, ଚନ୍ଦନଲାଗି, ସୂର୍ଯ୍ୟପୂଜା, ଦ୍ବାରପାଳପୂଜା, ବଡ଼ସିଂହାର ବେଶ, ବଡ଼ସିଂହାର ଭୋଗ ଏବଂ ରାତ୍ରପହୁଡ କରାଯିବ। ମହାପ୍ରଭୁଙ୍କ ନୀଳାଦ୍ରି ବିଜେ ସମୟରେ ଲକ୍ଷ୍ମୀନାରାୟଣ କଳି ହେବା ପରମ୍ପରା ରହିଛି। କାଳିଆ ଠାକୁର ଶ୍ରୀଜଗନ୍ନାଥ ମହାଲକ୍ଷ୍ମୀଙ୍କୁ ରସଗୋଲା ଖୁଆଇ ମାନଭଞ୍ଜନ କରିବେ। ରବିବାର(ଆସନ୍ତାକାଲି)ଠାରୁ ଶ୍ରୀଜଗନ୍ନାଥ ମନ୍ଦିରରେ ମହାପ୍ରସାଦ ଉପଲବ୍ଧ ହେବ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories