ଶୁକ୍ରବାର ରାଶିଫଳ: କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭଦାୟକ ହେବ। କର୍ମକ୍ଷେତ୍ରରୁ ଆଶାତୀତ ସଫଳତା ମିଳିବ। ବହୁ ସୁଖକର ଘଟଣାମାନ ଘଟିବ। ପୁଷ୍ଟିଯୁକ୍ତ ଖାଦ୍ୟ ମିଳିବ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

ବୃଷ: ଭାଇ, ବନ୍ଧୁ ଓ ପରିବାରବର୍ଗଙ୍କ ସହାୟତା ପାଇ ବିନାଶ କରିବେ ଓ ମାନସିକ ଶାନ୍ତି ଫେରିପାଇବେ। ଋଣ ପରିଶୋଧ କରି ଆଶ୍ବସ୍ତି ହେବେ। କର୍ମ ନିଷ୍ଠା ଆପଣଙ୍କୁ ଉଚ୍ଚ ପଦପଦବୀରେ ସ୍ଥାନିତ କରିବ।

ମିଥୁନ: ପୁସ୍ତକ ଅଧ୍ୟୟନରେ ମନୋନିବେଶ କରିପାରନ୍ତି। ପାରିବାରିକ ଜୀବନ ପ୍ରେମପୂର୍ଣ୍ଣ ହେବ। ବାଣିଜ୍ୟ କାରବାରରୁ ପ୍ରଚୁର ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଜୀବଜଗତ ପ୍ରତି ଆକର୍ଷଣୀୟ ମୋହ ଉପୁଜିପାରେ।

କର୍କଟ: ପରିଶ୍ରମ ଯେତେ କଠିନ ଓ କଷ୍ଟଦାୟକ ହେଳେ ଲେ ବି ତା’ର ସମ୍ପାଦନା କରି ଭଦ୍ର ଓ ଚତୁରତାର ପରିଚୟ ଦେବେ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିଲେ ବି ପରେ ସୁଧାର ଆସିବ। ଚତୁର ହେବେ।

ସିଂହ: ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେବ। ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଠାକୁର ଦର୍ଶନ କରି ଆତ୍ମତୃପ୍ତି ଲାଭ କରିବେ। ଉପୁଜିଥିବା ଅଶାନ୍ତି ଦୂର ହେବ। ସରକାରୀ ସ୍ତରରୁ ଲାଭବାନ୍ ହେବେ।

କନ୍ୟା: ତ୍ୟାଗପୂତ ମନୋବୃତ୍ତିର ହୋଇପାରନ୍ତି। ମତିମାନ୍ ବ୍ୟକ୍ତିଭାବେ ସର୍ବପୂଜ୍ୟ ହେବେ। ବିବିଧ ଧନଯୁକ୍ତ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। କୀଭିମାନ୍ ହେବେ। ସହିଷ୍ଣୁ ଭାବେ ଆଦରଣୀୟ ହେବେ।

ତୁଳା: ଭଲ ଆୟ ହେବ। ସରକାରୀ ବା ବନ୍ଧୁ ସହାୟତାରୁ ଲାଭବାନ୍ ହେବେ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ଓ ନିରାମୟ ତୁଳା ରହିବେ। ଚିନ୍ତାଧାରା ଉତ୍ତମ ମାନର ହେବ।

ବିଛା: ଏକାନ୍ତ ସାଧନା ଫଳବତୀ ହେବ। କର୍ମଚଞ୍ଚଳ ରହିବେ। ମଧୁର ଓ ସ୍ନେହପୂର୍ଣ୍ଣ ବାକ୍ୟ ବ୍ୟବହାର କରି ପରକୁ ଆପଣାର କରିପାରନ୍ତି। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ।

ଧନୁ: ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଏପରିକି ସରକାରୀ ସୂତ୍ରରୁ ଧନ ସହିତ ସମ୍ମାନ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।

ମକର: ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେବ। କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଶୁଭକାର୍ଯ୍ୟ କରଣୀୟ। ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିବେ। ବିବାଦୀୟ ଘଟଣାରେ ବିଜୟୀ ହେବେ।

କୁମ୍ଭ: କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ପ୍ରାପ୍ତ କ୍ଷମତାର ବିକେନ୍ଦ୍ରୀକରଣ କରି ଅନୁଗାମୀଙ୍କ ଶ୍ରୀ ବୃଦ୍ଧିରେ ଆନନ୍ଦ ଅନୁଭବ କରିବେ। ଜୀବନରେ ବହୁ ବାଧାବିଘ୍ନର ସମ୍ମୁଖୀନ ହୋଇପାରନ୍ତି।

ମୀନ: ପ୍ରତିଶୋଧ ପରାୟଣ ମନୋବୃତ୍ତିର ହୋଇପାରନ୍ତି। ମାନସିକ ଚାପରେ ପଡ଼ିପାରନ୍ତି। ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ପରୋପକାର କରି କୃପା ନିଧାନଙ୍କ କୃପାପାତ୍ର ହେବେ । ସମସ୍ତଙ୍କ ପ୍ରିୟପାତ୍ର ହେବେ।

Comments are closed.