www.samajalive.in
Saturday, December 6, 2025
23.1 C
Bhubaneswar

ଆଜି ୧୦ଜିଲାରେ ପ୍ରବଳ ବର୍ଷା; ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ

ଭୁବନେଶ୍ୱର: କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏହା ଆଗାମୀ ୧୨ଘଣ୍ଟାରେ ଅବପାତରେ ପରିଣତ ହୋଇପାରେ । ଏହାର ପ୍ରଭାବରେ ୪ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଭାଗର ସୂଚନା ଅନୁସାରେ ରାଜ୍ୟରେ ୪ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ସୃଷ୍ଟି ହୋଇଥିବାରୁ ୨୪ଘଣ୍ଟାରେ ଓଡ଼ିଶା ଉପକୂଳ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାସହିତ ଅବପାତରେ ପରିଣତ ହେବା ପରେ ଆଗାମୀ ୪୮ଘଣ୍ଟା ପର୍ଯ୍ୟନ୍ତ ଓଡ଼ିଶା ଉପକୂଳ ଉପରେ ଏହାର ପ୍ରଭାବ ରହିବ । ସମୁଦ୍ର ଅଶାନ୍ତ ଥିବାରୁ ଦୁଇ ଦିନ ପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି । ୧୦ଜିଲା କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି, କନ୍ଧମାଳ, ବୌଦ୍ଧ ଓ ପୁରୀ ଜିଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories