www.samajalive.in
Sunday, December 7, 2025
23.1 C
Bhubaneswar

ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା: ରାଜରାଜେଶ୍ଵର ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ : ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଏଥିଲାଗି ପୁରା ଚଳଚଞ୍ଚଳ ହୋଇପଡିଛି ଶ୍ରୀକ୍ଷେତ୍ର ପୁରୀ। ଆଜି ମହାପ୍ରଭୁ ଭକ୍ତ ମାନଙ୍କୁ ରାଜରାଜେଶ୍ଵର ବେଶରେ ଦର୍ଶନ ଦେଉଛନ୍ତି। ଏହି ଦୁର୍ଲଭ ସୁନାବେଶ ଦେଖିବା ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ସମାଗମ ହୋଇଛି । ହରିବୋଲ, ହୁଳହୁଳି ସହିତ ଭକ୍ତଙ୍କ ସଂକୀର୍ତ୍ତନ ଶୋଭାଯାତ୍ରାରେ ଶ୍ରୀକ୍ଷେତ୍ରରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି। ଭକ୍ତଙ୍କ ଭିଡକୁ ଦେଖି ପୁଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଅନ୍ୟପଟେ ଆଜି ଭୋରୁ ମହୋଦଧିରେ ଲକ୍ଷାଧିକ ଭକ୍ତ ସ୍ନାନ କରିବା ସହ କଦଳୀ ପଟୁକାରେ ତିଆରି ଡଙ୍ଗାରେ ପାନ, ଗୁଆ, ଫୁଲ ଥୋଇ ଭସାଇଛନ୍ତି । ଏହାସହ ଆ-କା-ମା-ବୈ, ପାନ ଗୁଆ ଥୋଇରେ ଗୁଞ୍ଜରିତ ହୋଇଛି ସମଗ୍ର ବେଳାଭୂମି ।ଚଳିତ ବର୍ଷ ତିଥିରେ କ୍ଷୟ ପଡ଼ିଥିବାରୁ ମହାପ୍ରଭୁଙ୍କ ଲକ୍ଷ୍ମୀ ନୃସିଂହ ବେଶ ଅନୁଷ୍ଠିତ ହୋଇପାରିବନାହିଁ। ଏହି ବେଶକୁ ଚଳିତ ବର୍ଷ ଅଗଣିତ ଭକ୍ତ ଦେଖିବାରୁ ବଞ୍ଚିତ ହେବେ ବୋଲି ସୂଚନା ମିଳିଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories