www.samajalive.in
Friday, December 5, 2025
26.1 C
Bhubaneswar

ନିଟ୍‌‌-ୟୁଜି ପରୀକ୍ଷା ଫଳାଫଳ ବିବାଦ ପ୍ରସଙ୍ଗରେ ସୁପ୍ରିମକୋର୍ଟରେ ଆଜି ଶୁଣାଣି

ନୂଆଦିଲ୍ଲୀ: ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍‌‌-ୟୁଜିକୁ ନେଇ ଦେଖା ଦେଇଥିବା ବିବାଦ ପ୍ରସଙ୍ଗରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହେବାକୁ ଯାଉଛି। ନିଟ୍‌‌ ୟୁଜି-୨୦୨୪କୁ ରଦ୍ଦ କରିବା ଲାଗି ହୋଇଥିବା ଆବେଦନର ଶୁଣାଣି କରିବେ ସର୍ବୋଚ୍ଚ ଅଦାଲତ। ଜଷ୍ଟିସ୍‌‌ ବିକ୍ରମାନଥ ଓ ଜଷ୍ଟିସ୍‌‌ ସନ୍ଦୀପ ମେହେଟ୍ଟାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରିବେ। ପୂର୍ବରୁ ନିଟ୍‌‌ ପରୀକ୍ଷା ଫଳାଫଳରେ ଅନିୟମିତତା ଅଭିଯୋଗ ହେବା ପରେ ଏ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି ବୋଲି ଏନଟିଏ ଡିଜି ସୁବୋଧ କୁମାର ସିଂହ ସୂଚନା ଦେଇଥିଲେ।
ଗତ ମେ ୫ରେ ନିଟ୍‌‌ ପରୀକ୍ଷା ହୋଇଥିଲା। ଏଥିର ପ୍ରାୟ ୨୩ଲକ୍ଷ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। କିନ୍ତୁ ୬ଟି ସେଣ୍ଟରରେ ୧୬୦୦ ପିଲାଙ୍କ ମାର୍କକୁ ନେଇ ଦେଖାଦେଇଥିଲା ବିବାଦ। ଗ୍ରେସ୍‌‌ ମାର୍କ ଦିଆଯାଇଥିବାରୁ ଏହି ପିଲାଙ୍କୁ ଅଧିକ ମାର୍କ ମିଳିଥିବା ଜଣାପଡିଥିଲା। ବିଶେଷ କରି ଗୋଟିଏ ସେଣ୍ଟରର ପିଲା ବହୁତ ମାର୍କ ପାଇଥିଲେ। ହରିୟାଣାର ଗୋଟି କୋଚିଂ ସେଣ୍ଟରର ୬ଜଣଙ୍କୁ ମିଳିଥିଲା ୧ନଂ ରାଙ୍କ୍‌‌। ତେଣୁ ଏହି ପରୀକ୍ଷାରେ ଜାଲିଆତି ହୋଇଥିବା ନେଇ ଅଭିଯୋଗ ହେବା ପରେ ଆଉ ଥରେ ନିଟ୍‌‌ ପରୀକ୍ଷା କରାଇବାକୁ ଦାବି ହୋଇଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories