www.samajalive.in
Saturday, December 6, 2025
26.1 C
Bhubaneswar

୨୧ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା : ଆଜି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ମୌସୁମି ସକ୍ରିୟ ଥିବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ବଜ୍ରପାତ ଯୋଗୁଁ ସୋମବାର ଗୁଣୁପୁରର ଗୁଡ଼ାରୀ ପୌରାଞ୍ଚଳରେ ୨ ଜଣ ମହିଳାଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ନାବାଳିକା ଗୁରୁତର ହୋଇଛନ୍ତି। ଅପରାହ୍ଣ ୫.୩୦ ସୁଦ୍ଧା ଚାନ୍ଦବାଲିରେ ସର୍ବାଧିକ ୪୭.୪ ମି.ମି. ବର୍ଷା ହୋଇଥିବାବେଳେ ରାଉରକେଲାରେ ୩୫.୮, ଝାରସୁଗୁଡ଼ାରେ ୨୮.୬ , ଭଦ୍ରକରେ ୧୯.୧ ମି.ମି ବର୍ଷା ହୋଇଛି। ଗତ ୨୪ ଘଣ୍ଟାରେ ଅନୁଗୋଳ, କେନ୍ଦୁଝର, ଭବାନୀପାଟଣା, ବଲାଙ୍ଗୀର, ସୁବର୍ଣ୍ଣପୁର, ନୟାଗଡ଼, ବୌଦ୍ଧ, ଛତ୍ରପୁର, ନୂଆପଡ଼ା ଏବଂ ଖୋର୍ଦ୍ଧାରେ ୨ ସେ.ମି.ରୁ ଅଧିକ ବର୍ଷା ହୋଇଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନାନୁଯାୟୀ, ଦକ୍ଷିଣ ପଶ୍ଚିମ ମୌସୁମି ବାୟୁ ବିଦର୍ଭ, ଛତିଶଗଡ଼, ଓଡ଼ିଶାର ବାକି ଅଞ୍ଚଳକୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି। ଆଜି  ୩୦ ଜିଲାକୁ ବର୍ଷା ଓ ବଜ୍ରପାତ ନେଇ ସତର୍କତା ଜାରି କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଜିଲାରେ ବଜ୍ରପାତ ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏଠାରେ ପବନର ବେଗ ୩୦ ରୁ ୪୦ କି.ମି. ରହିବ। ଅନ୍ୟାନ୍ୟ ଜିଲାରେ ବଜ୍ରପାତ ସହ ଝଡ଼ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ରହିଛି। ଝାରସୁଗୁୁଡ଼ା, ଦେବଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ ଏବଂ ବରଗଡ଼ ଜିଳାକୁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories