www.samajalive.in
Sunday, December 14, 2025
26.1 C
Bhubaneswar

୨୩ରେ ପୁଣି ଲଘୁଚାପ : ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ !

ଭୁବନେଶ୍ବର : ୨୩ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ୨୨ ତାରିଖ ବେଳକୁ ପଶ୍ଚିମବଙ୍ଗ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି; କିନ୍ତୁ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ କେତେ ପରିମାଣରେ ବର୍ଷା ହେବା ତାହା ଆଗକୁ ସ୍ପଷ୍ଟ କରାଯାଇ ପାରିବ ବୋଲି ପାଣିପାଗ ବିଶେଷଜ୍ଞ ଶରତଚନ୍ଦ୍ର ସାହୁ କହିଛନ୍ତି। ଗତ ୨୪ ଘଣ୍ଟାରେ ଉପକୂଳ ଓଡ଼ିଶାର ବର୍ଷା ହୋଇଛି। ଭଦ୍ରକ ଜିଲାର ଭଣ୍ଡାରିପୋଖରୀରେ ସବୁଠୁ ଅଧିକ ୧୨୦ମି.ମି ବର୍ଷା ରେକର୍ଡ ହୋଇଥିବା ବେଳେ ଯାଜପୁର ଜିଲାର ବରୀରେ ୧୧୬, କଟକ ଜିଲାର କଣ୍ଟାପଡା ୧୦୩ ଏବଂ ଭଦ୍ରକ ଜିଲାର ଆଖୁଆପଦାରେ ୧୦୨.୪ମି.ମି ବର୍ଷା ହୋଇଛି। ଉତ୍ତର-ପୂର୍ବ ଛତିଶଗଡ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଝାଡଖଣ୍ଡରେ ଥିବା ଅବପାତ ପଶ୍ଚିମ ଦିଗରେ ଗତି କରୁଛି। ଆସନ୍ତା ୧୨ଘଣ୍ଟା ମଧ୍ୟରେ ଉତ୍ତର-ପୂର୍ବ ମଧ୍ୟପ୍ରଦେଶରେ ଦୁର୍ବଳ ହୋଇ ଲଘୁଚାପ ରୂପ ନେବା ସମ୍ଭାବନା ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ। ପରବର୍ତ୍ତୀ ଦୁଇଦିନ ଉପକୂଳ, ଉତ୍ତର ଏବଂ ପଶ୍ଚିମ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହିତ ବର୍ଷା ହେବା ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories