www.samajalive.in
Sunday, December 7, 2025
15.1 C
Bhubaneswar

ସକ୍ରିୟ ଘୂର୍ଣ୍ଣିବଳୟ: ୧୭ ତାରିଖ ଯାଏଁ ପ୍ରବଳ ବର୍ଷିବ

ଭୁବନେଶ୍ବର : ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଏହାର ପାର୍ଶ୍ବବର୍ତ୍ତୀ ଝାଡଖଣ୍ଡ ଏବଂ ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଲଘୁଚାପ ରୂପ ନେବ କି ନାହିଁ ତାହା ସ୍ପଷ୍ଟ ହୋଇ ନଥିବା ପାଣିପାଗ ବିଭାଗ ସୂଚନା ଦେଇଛି। ଅନ୍ୟପଟେ ପାଣିପାଗ ବିଶେଷଜ୍ଞ କହିଛନ୍ତି ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେବା ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆସନ୍ତା ୧୭ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହୋଇପାରେ। ଏଥିସହିତ ୧୯ତାରିଖ ବେଳକୁ ଆଉ ଏକ ଲଘୁଚାପ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଭାରି ବର୍ଷା ହୋଇପାରେ। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ଅନେକ ଅଞ୍ଚଳରେ ବର୍ଷା ହେଉଛି। ରବିବାର ଭୁବନେଶ୍ବର, ପୁରୀ, ବାରିପଦା, କେନ୍ଦୁଝର, ସମ୍ବଲପୁର, ତାଳଚେର, ଭବାନୀପାଟଣା, ବଲାଙ୍ଗିର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଏବଂ ଜଗତସିଂହପୁର ଜିଲାରେ ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ନବରଙ୍ଗପୁର, ନୂଆପଡା, ବଲାଙ୍ଗିର, କଳାହାଣ୍ଡି, ରାୟଗଡା ଏବଂ କୋରାପୁଟ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂଜାରି କରିଛି। ସେପଟେ ଆଜି ଶ୍ରୀ ଜଗନ୍ନାଥଙ୍କ ବାହୁଡା ଯାତ୍ରାରେ ବର୍ଷା ସମ୍ଭାବନା ରହିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories