www.samajalive.in
Sunday, December 14, 2025
19.1 C
Bhubaneswar

୪୮ ଘଣ୍ଟା‌ରେ ଲଘୁଚାପ: ୨୭ ତାରିଖ ଯାଏଁ ପ୍ରବଳ ବର୍ଷିବ

ଭୁବନେଶ୍ବର : ଉତ୍ତର ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ୨୭ ତାରିଖ ଯାଏଁ ରାଜ୍ୟର କେତେକ ଜିଲାରେ ପ୍ରବଳ ଏବଂ ଅନ୍ୟ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବ। ସମୁଦ୍ର ଉପକୂଳରେ ୪୦-୫୦ କି.ମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ସମୁଦ୍ର ଅଶାନ୍ତ ରହିବ। ୨୪ ରୁ ୨୬ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ସକ୍ରିୟ ମୌସୁମୀ ସହିତ ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ବିଶେଷକରି ସୁନ୍ଦରଗଡ଼ ଜିଲାରେ ପ୍ରବଳ ବର୍ଷା ହୋଇଛି। ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା ଜିଲାର କେତେକ ସ୍ଥାନରେ ବର୍ଷା ହୋଇଛି। ଆଜି(ରବିବାର)ଠାରୁ ସୋମବାର ସକାଳ ପର୍ଯ୍ୟନ୍ତ ମୟୂରଭଞ୍ଜ ଓ କେନ୍ଦୁଝର ଜିଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories