www.samajalive.in
Saturday, December 6, 2025
26.1 C
Bhubaneswar

୨୯ ରେ ପୁଣି ଏକ ଲଘୁଚାପ: ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷିବ

ଭୁବନେଶ୍ବର : ଏବେ ଗାଙ୍ଗେୟ ପଶ୍ଚିମବଙ୍ଗରେ ଗୋଟିଏ ଲଘୁଚାପ ସକ୍ରିୟ ଥିବାବେଳେ ୨୯ତାରିଖ ବେଳକୁ ଆଉ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପୂର୍ବ-କେନ୍ଦ୍ରୀୟ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇପାରେ। ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଲଘୁଚାପ ପ୍ରଭାବରେ ମଙ୍ଗଳବାର ଉତ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବାବେଳେ ୨୯ ତାରିଖରୁ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ୩୦ତାରିଖରୁ ବର୍ଷା ପରିମାଣ ବୃଦ୍ଧି ପାଇବ। ୩୦ରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ। ସୋମବାର ଅପରାହ୍ଣରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇଛି। ସବୁଠୁ ଅଧିକ ବର୍ଷା ଜଗତସିଂହପୁରରେ ୮୧.୧ମି.ମି ରେକର୍ଡ ହୋଇଥିବା ବେଳେ ପାରାଦ୍ବୀପ ୪୧.୭, କଟକ ୩୩.୪, ସୁନ୍ଦରଗଡ ୧୨.୪, ନୂଆପଡା ୧୧.୪ ଏବଂ ସମ୍ବଲପୁରରେ ୧୦ମି.ମି ବର୍ଷା ହୋଇଛି। ଗତ ୨୪ଘଣ୍ଟା ମଧ୍ୟରେ ମାଲକାନଗିରି, କେନ୍ଦ୍ରାପଡା, ଯାଜପୁର, ସୁନ୍ଦରଗଡ, ସମ୍ବଲପୁର, ଢେଙ୍କାନାଳ ଏବଂ କେନ୍ଦୁଝରରେ ମଧ୍ୟମ ଧରଣ ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟାରେ ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର ଏବଂ ଦେବଗଡ ଜିଲାର ଅନେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉକ୍ତ ଜିଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories