www.samajalive.in
Monday, December 8, 2025
27.1 C
Bhubaneswar

୫ରୁ ପ୍ରବଳ ବର୍ଷା !

ଭୁବନେଶ୍ବର : ପଶ୍ଚିମ-କେନ୍ଦ୍ରୀୟ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ଆସନ୍ତା ୫ତାରିଖରୁ ୩ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ। ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାକୁ ଥିବାବେଳେ ଉପକୂଳରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ।
ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଏବଂ କଳାହାଣ୍ଡି ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ଏଥିପାଇଁ ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories