www.samajalive.in
Monday, December 15, 2025
24.1 C
Bhubaneswar

ଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳ ବର୍ଷିବ: ୨୭ ପରେ ପାଗରେ ପରିବର୍ତ୍ତନ

ଭୁବନେଶ୍ଵର: ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆସନ୍ତା ୩ଦିନ ରାଜ୍ୟରେ ପ୍ରବଳ ବର୍ଷିବ। ଆଜି ଅଧାରୁ ଅଧିକ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ପ୍ରବଳ ବର୍ଷା ନେଇ ଆଜି ପାଇଁ ୧୫ ଜିଲ୍ଲାକୁ ୟେଲୋ ସତର୍କତା ଜାରି ହୋଇଛି। ଏସବୁ ଜିଲ୍ଲା ଗୁଡିକ ହେଉଛି ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡା, ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ ଏବଂ ଯାଜପୁର ଜିଲ୍ଲା ।  ରାଜ୍ୟର ପ୍ରାୟ ସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ଯାଏଁ ବର୍ଷା ହୋଇପାରେ। ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ବର୍ଷା ହେବ। ବିଶେଷ କରି ଆଂଶିକ ଭାବେ ପୂର୍ବ ଓ ପଶ୍ଚିମ ଓଡିଶା ଏବଂ ସମ୍ପୂର୍ଣ୍ଣ ଭାବେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ୨୭ ତାରିଖ ପରେ ପାଗରେ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ତେବେ ଗୁଜୁରାଟ କଚ୍ଛ ଏବଂ ରାଜସ୍ଥାନ ଅଞ୍ଚଳରୁ ମୌସୁମୀ ର ଅପସାରଣ ପ୍ରକ୍ରିୟା ଆରମ୍ଭ ହୋଇଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories