www.samajalive.in
Monday, December 8, 2025
27.1 C
Bhubaneswar

୨୪ ଘଣ୍ଟାରେ ଲଘୁଚାପ !

ଭୁବନେଶ୍ବର : କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ତେବେ​‌ ଗତକାଲିର ଘୂର୍ଣ୍ଣିବଳୟ ଆଣ୍ଡାମାନ ସାଗର ଓ ଆଖପାଖରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଭିତରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପରେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି ଅଧିକ ଘନୀଭୂତ ହେବ। ୨୩ ତାରିଖ ବେଳକୁ ଏହା ଅବପାତର ରୂପ ନେବା ନେଇ ସୂଚନା ରହିଛି। ବଙ୍ଗୋପସାଗର ଅଞ୍ଚଳରେ ଘଣ୍ଟା ପ୍ରତି ୪୦ରୁ ୫୦କି.ମି. ବେଗରେ ପବନ ବହିବାକୁ ଥିବାବେଳେ ଝଟକା ପବନର ବେଗ ୬୦କି.ମି. ଛୁଇଁପାରେ। କେନ୍ଦ୍ରୀୟ, ଦକ୍ଷିଣ ଏବଂ ଉତ୍ତର ବଙ୍ଗୋପସାଗର କିଛି ଅଞ୍ଚଳରେ ଘଣ୍ଟାପ୍ରତି ପବନର ବେଗ ୫୫କି.ମି. ବହିପାରେ। ସମୁଦ୍ରରେ ଥିବା ମତ୍ସ୍ୟଜୀବୀ ୨୧ତାରିଖ ସୁଦ୍ଧା ଉପକୂଳକୁ ଫେରିବା ଆସିବାକୁ କୁହାଯାଇଥିବାବେଳେ ସମୁଦ୍ର ଅଶାନ୍ତ ଥିବାରୁ ୨୨ ତାରିଖରୁ ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories