www.samajalive.in
Saturday, December 6, 2025
26.1 C
Bhubaneswar

ଶୀତ ସାଙ୍ଗକୁ କଲବଲ କରୁଛି କୁହୁଡି : ୪ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ପ୍ରବଳ ଜାଡ ସାଙ୍ଗକୁ ଘନ କୁହୁଡି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଛି। ତେବେ ପଶ୍ଚିମାଝଡ ପ୍ରଭାବରେ ଗୁରୁବାରଠାରୁ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର ଏବଂ ମୟୂରଭଞ୍ଜ ଆଦି ୪ ଜିଲାରେ ହାଲୁକା ବର୍ଷା ହୋଇପାରେ। ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ନେଇ  ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।  ସେହିପରି ୨-୩ ତାରିଖ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଢେଙ୍କାନାଳ ପ୍ରଭୃତି ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି। ତେବେ ଏହି ତିନି ଦିନ ଉପରୋକ୍ତ ଜିଲାଗୁଡ଼ିକ ବ୍ୟତୀତ ଅନ୍ୟ ସ୍ଥାନଗୁଡ଼ିକରେ ପାଗ ଶୁଖିଲା ରହିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଆସନ୍ତା ୪-୫ ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ।

Hot this week

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

Related Articles

Popular Categories