www.samajalive.in
Saturday, December 13, 2025
26.1 C
Bhubaneswar

ଆସନ୍ତା ୨୭ ଓ ୨୮ରେ ପ୍ରବଳ ବର୍ଷା ସମ୍ଭାବନା

ସମାଜ ଡିଜିଟାଲ ଡେସ୍କ: ଆସନ୍ତା ୨୭ ଓ ୨୮ ତାରିଖରେ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ସୂଚନା ଅନୁସାରେ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ । ରାୟଗଡା, କୋରାପୁଟ ଓ ମାଲକାନଗିରି ଜିଲାରେ ପ୍ରବଳ ବର୍ଷା ହେବାର ଅଧିକ ସମ୍ଭାବନା ରହିଛି । ଏହାସହିତ ଆସନ୍ତା ୬ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ । ଆଗାମୀ କିଛି ଘଣ୍ଟାରେ ୨୬ଜିଲ୍ଲାରେ ବିଜୁଳି ଘଡଘଡି ସହିତ ବର୍ଷା ହୋଇପାରେ । ଏନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ବର୍ଷା ମୌସୁମୀ ବାୟୁ ଅଗ୍ରସରକୁ ଆହୁରି ସକ୍ରିୟ କରିବ ବୋଲି ଅନୁମାନ କରାଯାଉଛି । ଆଗାମୀ ୨ରୁ ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବା ପାଇଁ ପାଗ ଅନୁକୂଳ ରହିଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories