www.samajalive.in
Saturday, December 6, 2025
15.1 C
Bhubaneswar

ବଦଳିଲା ପାଗ: କିଛି ଦିନର ତାତି ପରେ ଖସିଲା ପାରଦ , ଆଜି ପାଇଁ୧୨ ଜିଲ୍ଲାକୁ କାଳବୈଶାଖୀ ସତର୍କତା

ଭୁବନେଶ୍ବର: ଭୁବନେଶ୍ବର, ଝାଡ଼ଖଣ୍ଡ, ଓଡ଼ିଶା ଏବଂ ଆନ୍ଧ୍ର ଉପକୂଳ ଦେଇ ଏକ ଟ୍ରପ୍‌ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୦ ତାରିଖ ଯାଏ ରାଜ୍ୟର ବିଭିନ୍ନ ଭାଗରେ ଘଡ଼ଘଡ଼ିି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହେବ। ଆଜି(ମଙ୍ଗଳବାର) ପାଇଁ  ୧୨ ଜିଲ୍ଲା ଓ ବୁଧବାର ୪ ଜିଲ୍ଲାକୁ କାଳବୈଶାଖୀ ସତର୍କତା ଜାରି କରାଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁଯାୟୀ ମଙ୍ଗଳବାର ବଲାଙ୍ଗୀର, ସୋନପୁର, କଳାହାଣ୍ଡି, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ନୟାଗଡ, ମୟୂରଭଞ୍ଜ, କେନ୍ଦୁଝର ଏବଂ ଯାଜପୁର ଜିଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ କଟକ, ଗଞ୍ଜାମ, ନୟାଗଡ, କନ୍ଧମାଳ, ଖୋର୍ଦ୍ଧା ଓ ଢେଙ୍କାନାଳ ଜିଲାର କେତେକ ସ୍ଥାନରେ ଝଡ଼ପବନ ସହ ୭ରୁ ୧୧ ସେଣ୍ଟିିମିଟର ବର୍ଷା ହେବା ଆକଳନ କରିଛନ୍ତି। ପବନର ବେଗ ଘଣ୍ଟା ପ୍ରତି ୪୫ରୁ ୫୫ କି.ମି. ରହିବ ବୋଲି ଅନୁମାନ କରାଯାଇଛି। ଏହି ସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ପୁରୀ, ଗଜପତି, ସୁନ୍ଦରଗଡ଼, ଦେବଗଡ଼ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories