www.samajalive.in
Monday, December 15, 2025
14.1 C
Bhubaneswar

ଆହୁରି ଦୁଇ ଦିନ ପ୍ରବଳ ଖରା: ପାରଦ ୩ ଡିଗ୍ରୀ ବଢିବ

ଭୁବନେଶ୍ବର : ଗ୍ରୀଷ୍ମ ପ୍ରବାହରେ ଆହୁରି ଦୁଇ ଦିନ ଜଳିବ ସାରା ରାଜ୍ୟ। ୧୮ରୁ ୨୦ ତାରିଖ ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରେ ତାପମାତ୍ରା ୪୫ ଡିଗ୍ରୀ ଅତିକ୍ରମ କରିବାର ସମ୍ଭାବନା ରହିଛି। ତାପମାତ୍ରା ଅଧିକାଂଶ ସ୍ଥାନରେ ସ୍ବାଭାବିକଠାରୁ ୩ ରୁ ୫ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି। ମଙ୍ଗଳବାର ରାଜ୍ୟରେ ୨୯ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିବାବେଳେ ଏହା ଆହୁରି ୨ରୁ ୩ ଡିଗ୍ରୀ ବଢ଼ିବ। ଚଳିତ ଋତୁରେ ସର୍ବୋଚ୍ଚ ତାପମାତ୍ରା ୪୩.୬ ଡିଗ୍ରୀ ସହ ବାରିପଦା ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ୧୮ ସହରରେ ୪୧ ଡିଗ୍ରୀ କିମ୍ବା ଅଧିକ ଦିନ ତାପମାତ୍ରା ରେକର୍ଡ଼ ହୋଇଛି। ନୂଆପଡ଼ା ଓ ପାରଳାଖେମୁଣ୍ଡିରେ ୪୨.୪ ଡିଗ୍ରୀ ଲେଖାଏଁ, ତାଳଚେର ଓ ବୌଦ୍ଧରେ ୪୨ ଡିଗ୍ରୀ, ଭୁବନେଶ୍ବର ଓ ମାଲକାନଗିରିରେ ୪୧.୯ ଡିଗ୍ରୀ ତାପମାତ୍ରା ରେକର୍ଡ଼ ହୋଇଛି। ବର୍ତ୍ତମାନ ରାଜ୍ୟକୁ ଉତ୍ତର-ପଶ୍ଚିମ ତଥା ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବାହିତ ହେଉଛି। ଏହାର ପ୍ରଭାବରେ ଆଗାମୀ ତିନି ଦିନ ମଧ୍ୟରେ ଦିନର ତାପମାତ୍ରା ଆହୁରି ୨ରୁ ୪ ଡିଗ୍ରୀ ଯାଏଁ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ୨୧ ତାରିଖ ପର୍ଯ୍ୟନ୍ତ ସତର୍କତା ଜାରି କରାଯାଇଛି। ୧୯ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ। ୨୦ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ କନ୍ଧମାଳ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଗ୍ରୀଷ୍ମ ପ୍ରବାହ ଯୋଗୁଁ ଦିନ ୧୧ଟାରୁ ୩ ଟା ପର୍ଯ୍ୟନ୍ତ ଶିଶୁ, ବୃଦ୍ଧ, ଗର୍ଭବତୀ ଏବଂ ଅସୁସ୍ଥ ବ୍ୟକ୍ତି ବାହାରକୁ ଯିବା ବେଳେ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି। ସେହିପରି ଉପରୋକ୍ତ ସମୟରେ ନିର୍ବାଚନ ସମାବେଶ ଉପରେ ନଜର ରଖିବାକୁ ପରାମର୍ଶ ଦିଆଯାଇଛି। ଗୃହପାଳିତ ପଶୁ ଏବଂ ପକ୍ଷୀମାନଙ୍କୁ ଶୀତଳ ଏବଂ ଛାଇ ସ୍ଥାନରେ ରଖିବା ଏବଂ ସେମାନଙ୍କ ପାଇଁ ପାଣିର ବ୍ୟବସ୍ଥା କରିବାକୁ କୁହାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories