www.samajalive.in
Monday, December 8, 2025
27.1 C
Bhubaneswar

ଲଘୁଚାପ ପ୍ରଭାବରେ ଦୁଇ ଦିନ ପ୍ରବଳ ବର୍ଷା: ଆଜି ପାଇଁ ୯ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଶୁକ୍ରବାର ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହା ଆସନ୍ତା ଦୁଇ ଦିନ ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ଏହାର ପ୍ରଭାବରେ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। ଏଥିସହ ସମୁଦ୍ର ଅଶାନ୍ତ ରହିବ। ଆଗାମୀ ତିନି ଦିନ ଯାଏ ସମୁଦ୍ର ମଧ୍ୟକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ ଆଜି କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି। ୩୦ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହି ଦୁଇଦିନ ଉପରୋକ୍ତ ଜିଲାଗୁଡ଼ିକୁ ୟେଲୋ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର। ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସ୍ୱତନ୍ତ୍ର ରିଲିଫ ଆୟୁକ୍ତ (ଏସ୍‌ଆର୍‌ସି) ଜିଲାପାଳଙ୍କୁ ଚିଠି ଳେଖି ସତର୍କ ରହିବା ପାଇଁ ନିର୍ଦେଶ ଦେଇଛନ୍ତି। ଶୁକ୍ରବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଶୁକ୍ରବାର ସକାଳ ସାଢ଼େ ୮ଟାରୁ ସନ୍ଧ୍ୟା ସାଢ଼େ ୫ଟା ମଧ୍ୟରେ ଅନୁଗୋଳରେ ସର୍ବାଧିକ ୧୦୨ ମି.ମି. ବର୍ଷା ରେକର୍ଡ କରାଯାଇଛି।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories