www.samajalive.in
Saturday, December 6, 2025
15.1 C
Bhubaneswar

ଆଜି ବି ବର୍ଷା ଓ କୋହଲା ପାଗ: ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଅଦିନିଆ ବର୍ଷା ସାଙ୍ଗକୁ କୋହଲା ପାଗରେ ଥରୁଛି ପୁରା ରାଜ୍ୟ । ଆଉ ଏଥିଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଉତ୍ତର ପଶ୍ଚିମ ପବନ ସାଙ୍ଗକୁ ଗୁରୁଚାପ ଏବଂ ନିମ୍ନ ରେଖା ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗିରହିଛି। ବୁଧବାର ଉତ୍ତର ଓ ଦକ୍ଷିଣ ଓଡିଶାର ୧୨ଟି ଜିଲ୍ଲାକୁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ପାଣିପାଗ ବିଭାଗ ୟେ​‌ଲୋ ୱାର୍ଣ୍ଣିଂ ଜାରି କରିଥିଲା । ସେହିପରି ଗୁରୁବାର ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଶୁକ୍ରବାର ଠାରୁ ପାଗରେ ପରିବର୍ତ୍ତନ ସହ ଦିନର ତାପମାତ୍ରା ସାମାନ୍ୟ ବଢିବ । ଏବଂ ରାତି ତାପମାତ୍ରା କିନ୍ତୁ ସ୍ବାଭାବିକଠାରୁ ଦୁଇରୁ ତିନି ଡିଗ୍ରୀ କମ୍ ରହିବା ସହ ଥଣ୍ଡା ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories